17ପିୟୋର ବିଷୟକ ଯେଉଁ ଅପରାଧ ସକାଶୁ ସଦାପ୍ରଭୁଙ୍କ ମଣ୍ଡଳୀ ମଧ୍ୟରେ ମହାମାରୀ ହେଲେ ହେଁ ତହିଁରୁ ଆମ୍ଭେମାନେ ଆଜି ପର୍ଯ୍ୟନ୍ତ ଆପଣାମାନଙ୍କୁ ପରିଷ୍କୃତ କରିପାରି ନାହୁଁ, ଏହା କି ଆମ୍ଭମାନଙ୍କ ନିମନ୍ତେ ଯଥେଷ୍ଟ ନୁହେଁ,
18ଯେ ଆଜି ତୁମ୍ଭେମାନେ ସଦାପ୍ରଭୁଙ୍କର ଅନୁସରଣରୁ ବିମୁଖ ହେଉଅଛ? ତୁମ୍ଭେମାନେ ଆଜି ସଦାପ୍ରଭୁଙ୍କର ବିଦ୍ରୋହୀ ହେଲେ, ସେ କାଲି ଇସ୍ରାଏଲର ସମଗ୍ର ମଣ୍ଡଳୀ ଉପରେ କ୍ରୋଧ କରିବେ।
19ଯେବେ ତୁମ୍ଭମାନଙ୍କ ଅଧିକାର-ଦେଶ ଅଶୁଚି ହୁଏ, ତେବେ ପାର ହୋଇ ଯେଉଁ ସ୍ଥାନରେ ସଦାପ୍ରଭୁଙ୍କ ଆବାସ ବାସ କରେ, ସଦାପ୍ରଭୁଙ୍କ ସେହି ଅଧିକାର-ଦେଶକୁ ଆସ ଓ ଆମ୍ଭମାନଙ୍କ ମଧ୍ୟରେ ଅଧିକାର ଗ୍ରହଣ କର; ମାତ୍ର ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ଯଜ୍ଞବେଦି ଛଡ଼ା ଆପଣାମାନଙ୍କ ନିମନ୍ତେ ଏକ ଯଜ୍ଞବେଦି ନିର୍ମାଣ କରି ସଦାପ୍ରଭୁଙ୍କର ବିଦ୍ରୋହୀ ନ ହୁଅ, କିଅବା ଆମ୍ଭମାନଙ୍କର ବିଦ୍ରୋହୀ ନ ହୁଅ।
20ସେରହର ପୁତ୍ର ଆଖନ୍ ବର୍ଜିତ ବସ୍ତୁ ବିଷୟରେ ସତ୍ୟ-ଲଙ୍ଘନ କରନ୍ତେ, ଇସ୍ରାଏଲର ସମଗ୍ର ମଣ୍ଡଳୀ ଉପରେ କି କ୍ରୋଧ ପଡ଼ିଲା ନାହିଁ? ଆଉ ସେ ବ୍ୟକ୍ତି ଆପଣା ଅପରାଧରେ ଏକାକୀ ବିନଷ୍ଟ ହେଲା ନାହିଁ?’”
21ତହିଁରେ ରୁବେନ୍-ସନ୍ତାନଗଣ ଓ ଗାଦ୍-ସନ୍ତାନଗଣ ଓ ମନଃଶିର ଅର୍ଦ୍ଧ ବଂଶ ଇସ୍ରାଏଲୀୟ ସହସ୍ର ସହସ୍ରର ପ୍ରଧାନମାନଙ୍କୁ ଉତ୍ତର ଦେଇ କହିଲେ,