ଯିହୋଶୂୟ 22

ବରଞ୍ଚ ଆମ୍ଭେମାନେ ଚିନ୍ତାଶୀଳ ହୋଇ ଓ ବିଚାର କରି ଏହା କରିଅଛୁ, ଆସନ୍ତା ସମୟରେ କେଜାଣି ତୁମ୍ଭମାନଙ୍କ ସନ୍ତାନମାନେ ଆମ୍ଭମାନଙ୍କ ସନ୍ତାନମାନଙ୍କୁ କହିବେ, ‘ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱରଙ୍କ ସଙ୍ଗେ ତୁମ୍ଭମାନଙ୍କର କି ସମ୍ପର୍କ ଅଛି।

Joshua 22:24 (UKJV) And if we have not rather done it for fear of this thing, saying, In time to come your children might speak unto our children, saying, What have all of you to do with the LORD God of Israel?

22“ପରମେଶ୍ୱର, ସଦାପ୍ରଭୁ ପରମେଶ୍ୱର, ପରମେଶ୍ୱର, ସଦାପ୍ରଭୁ ପରମେଶ୍ୱର, ସେ ଜାଣନ୍ତି ଓ ଇସ୍ରାଏଲ ମଧ୍ୟ ଜାଣିବ; ଯେବେ ଏହା ବିଦ୍ରୋହ ଭାବରେ, ଅବା ଯେବେ ସଦାପ୍ରଭୁଙ୍କ ନିକଟରେ ସତ୍ୟ-ଲଙ୍ଘନ ଭାବରେ ହୋଇଥାଏ, ତେବେ ତୁମ୍ଭେ ଆଜି ଆମ୍ଭମାନଙ୍କୁ ରକ୍ଷା ନ କର;

23ଯେବେ ସଦାପ୍ରଭୁଙ୍କ ଅନୁସରଣରୁ ବିମୁଖ ହେବା ପାଇଁ ଅବା ଏହି ଯଜ୍ଞବେଦି ଉପରେ ହୋମ କି ଭକ୍ଷ୍ୟ ନୈବେଦ୍ୟ କି ମଙ୍ଗଳାର୍ଥକ ବଳି ଉତ୍ସର୍ଗ କରିବା ପାଇଁ ତାହା ନିର୍ମାଣ କରିଥାଉ, ତେବେ ସଦାପ୍ରଭୁ ସ୍ୱୟଂ ତହିଁର ପ୍ରତିଫଳ ଦେଉନ୍ତୁ;

24ବରଞ୍ଚ ଆମ୍ଭେମାନେ ଚିନ୍ତାଶୀଳ ହୋଇ ଓ ବିଚାର କରି ଏହା କରିଅଛୁ, ଆସନ୍ତା ସମୟରେ କେଜାଣି ତୁମ୍ଭମାନଙ୍କ ସନ୍ତାନମାନେ ଆମ୍ଭମାନଙ୍କ ସନ୍ତାନମାନଙ୍କୁ କହିବେ, ‘ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱରଙ୍କ ସଙ୍ଗେ ତୁମ୍ଭମାନଙ୍କର କି ସମ୍ପର୍କ ଅଛି।

25କାରଣ ହେ ରୁବେନ୍‍-ସନ୍ତାନଗଣ, ହେ ଗାଦ୍‍-ସନ୍ତାନଗଣ, ସଦାପ୍ରଭୁ ଆମ୍ଭ ଓ ତୁମ୍ଭ ମଧ୍ୟରେ ଯର୍ଦ୍ଦନକୁ ସୀମା କରିଅଛନ୍ତି; ସଦାପ୍ରଭୁଙ୍କଠାରେ ତୁମ୍ଭମାନଙ୍କର କୌଣସି ଅଂଶ ନାହିଁ;’ ଏରୂପେ ତୁମ୍ଭମାନଙ୍କ ସନ୍ତାନଗଣ କେଜାଣି ଆମ୍ଭମାନଙ୍କ ସନ୍ତାନଗଣକୁ ସଦାପ୍ରଭୁଙ୍କୁ ଭୟ କରିବାରୁ କ୍ଷାନ୍ତ କରାଇବେ;

26ଏହେତୁ ଆମ୍ଭେମାନେ କହିଲୁ, ‘ଆସ, ଆମ୍ଭେମାନେ ଏକ ବେଦି ନିର୍ମାଣ କରିବାକୁ ଉଦ୍‍ଯୋଗ କରୁ, ହୋମ କି ବଳିଦାନ ନିମନ୍ତେ ନୁହେଁ,

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.