25କାରଣ ହେ ରୁବେନ୍-ସନ୍ତାନଗଣ, ହେ ଗାଦ୍-ସନ୍ତାନଗଣ, ସଦାପ୍ରଭୁ ଆମ୍ଭ ଓ ତୁମ୍ଭ ମଧ୍ୟରେ ଯର୍ଦ୍ଦନକୁ ସୀମା କରିଅଛନ୍ତି; ସଦାପ୍ରଭୁଙ୍କଠାରେ ତୁମ୍ଭମାନଙ୍କର କୌଣସି ଅଂଶ ନାହିଁ;’ ଏରୂପେ ତୁମ୍ଭମାନଙ୍କ ସନ୍ତାନଗଣ କେଜାଣି ଆମ୍ଭମାନଙ୍କ ସନ୍ତାନଗଣକୁ ସଦାପ୍ରଭୁଙ୍କୁ ଭୟ କରିବାରୁ କ୍ଷାନ୍ତ କରାଇବେ;
26ଏହେତୁ ଆମ୍ଭେମାନେ କହିଲୁ, ‘ଆସ, ଆମ୍ଭେମାନେ ଏକ ବେଦି ନିର୍ମାଣ କରିବାକୁ ଉଦ୍ଯୋଗ କରୁ, ହୋମ କି ବଳିଦାନ ନିମନ୍ତେ ନୁହେଁ,
27ମାତ୍ର ଆମ୍ଭେମାନେ ଯେ ହୋମ ଓ ବଳି ଓ ମଙ୍ଗଳାର୍ଥକ ଉପହାର ଦ୍ୱାରା ସଦାପ୍ରଭୁଙ୍କ ସମ୍ମୁଖରେ ସେବା କରି ପାରୁ, ଏଥିପାଇଁ ତାହା ତୁମ୍ଭମାନଙ୍କ ଓ ଆମ୍ଭମାନଙ୍କ ମଧ୍ୟରେ, ପୁଣି ଆମ୍ଭମାନଙ୍କ ଭବିଷ୍ୟତ ପୁରୁଷ ମଧ୍ୟରେ ଏକ ସାକ୍ଷୀ ହେବ; ତହିଁରେ ସଦାପ୍ରଭୁଙ୍କଠାରେ ତୁମ୍ଭମାନଙ୍କର କୌଣସି ଅଂଶ ନାହିଁ, ଏପରି କଥା ଆସନ୍ତା କାଳରେ ତୁମ୍ଭମାନଙ୍କ ସନ୍ତାନଗଣ ଆମ୍ଭମାନଙ୍କ ସନ୍ତାନଗଣକୁ କହି ପାରିବେ ନାହିଁ।’
28ଆହୁରି ଆମ୍ଭେମାନେ କହିଲୁ, ‘ସେମାନେ ଯେବେ ଆମ୍ଭମାନଙ୍କୁ କି ଆମ୍ଭମାନଙ୍କ ଭବିଷ୍ୟତ ପୁରୁଷକୁ ଏରୂପ କଥା କହିବେ, ତେବେ ଆମ୍ଭେମାନେ କହିବୁ, ସଦାପ୍ରଭୁଙ୍କ ଯଜ୍ଞବେଦିର ଆଦର୍ଶ ଦେଖ, ଏହା ଆମ୍ଭମାନଙ୍କ ପୂର୍ବପୁରୁଷମାନେ ନିର୍ମାଣ କରିଅଛନ୍ତି, ହୋମ କି ବଳିଦାନାର୍ଥେ ନୁହେଁ, ମାତ୍ର ଆମ୍ଭମାନଙ୍କ ଓ ତୁମ୍ଭମାନଙ୍କ ମଧ୍ୟରେ ଏହା ଏକ ସାକ୍ଷୀ ଅଟେ।’
29ଆମ୍ଭେମାନେ ଯେ ହୋମ କି ଭକ୍ଷ୍ୟ ନୈବେଦ୍ୟ ଓ ବଳିଦାନ ନିମନ୍ତେ ଆମ୍ଭମାନଙ୍କ ସଦାପ୍ରଭୁ ପରମେଶ୍ୱରଙ୍କ ଆବାସ-ସମ୍ମୁଖସ୍ଥିତ ତାହାଙ୍କ ଯଜ୍ଞବେଦି ଛଡ଼ା ଅନ୍ୟ ଯଜ୍ଞବେଦି ନିର୍ମାଣ କରି ସଦାପ୍ରଭୁଙ୍କର ବିଦ୍ରୋହୀ ହେବୁ, କି ଆଜି ସଦାପ୍ରଭୁଙ୍କ ଅନୁସରଣରୁ ବିମୁଖ ହେବୁ, ଏହା ଦୂରେ ଥାଉ।”