ଯିହୋଶୂୟ 22

ସେତେବେଳେ ରୁବେନ୍‍-ସନ୍ତାନଗଣ ଓ ଗାଦ୍‍-ସନ୍ତାନଗଣ ଓ ମନଃଶି-ସନ୍ତାନଗଣ ଯାହା କହିଲେ, ତାହା ଶୁଣି ପୀନହସ୍‍ ଯାଜକ ଓ ତାହାର ସଙ୍ଗୀ ମଣ୍ଡଳୀର ଅଧିପତିମାନେ ଓ ଇସ୍ରାଏଲୀୟ ସହସ୍ର ସହସ୍ରର ପ୍ରଧାନମାନେ ସନ୍ତୁଷ୍ଟ ହେଲେ।

Joshua 22:30 (UKJV) And when Phinehas the priest, and the princes of the congregation and heads of the thousands of Israel which were with him, heard the words that the children of Reuben and the children of Gad and the children of Manasseh spoke, it pleased them.

28ଆହୁରି ଆମ୍ଭେମାନେ କହିଲୁ, ‘ସେମାନେ ଯେବେ ଆମ୍ଭମାନଙ୍କୁ କି ଆମ୍ଭମାନଙ୍କ ଭବିଷ୍ୟତ ପୁରୁଷକୁ ଏରୂପ କଥା କହିବେ, ତେବେ ଆମ୍ଭେମାନେ କହିବୁ, ସଦାପ୍ରଭୁଙ୍କ ଯଜ୍ଞବେଦିର ଆଦର୍ଶ ଦେଖ, ଏହା ଆମ୍ଭମାନଙ୍କ ପୂର୍ବପୁରୁଷମାନେ ନିର୍ମାଣ କରିଅଛନ୍ତି, ହୋମ କି ବଳିଦାନାର୍ଥେ ନୁହେଁ, ମାତ୍ର ଆମ୍ଭମାନଙ୍କ ଓ ତୁମ୍ଭମାନଙ୍କ ମଧ୍ୟରେ ଏହା ଏକ ସାକ୍ଷୀ ଅଟେ।’

29ଆମ୍ଭେମାନେ ଯେ ହୋମ କି ଭକ୍ଷ୍ୟ ନୈବେଦ୍ୟ ଓ ବଳିଦାନ ନିମନ୍ତେ ଆମ୍ଭମାନଙ୍କ ସଦାପ୍ରଭୁ ପରମେଶ୍ୱରଙ୍କ ଆବାସ-ସମ୍ମୁଖସ୍ଥିତ ତାହାଙ୍କ ଯଜ୍ଞବେଦି ଛଡ଼ା ଅନ୍ୟ ଯଜ୍ଞବେଦି ନିର୍ମାଣ କରି ସଦାପ୍ରଭୁଙ୍କର ବିଦ୍ରୋହୀ ହେବୁ, କି ଆଜି ସଦାପ୍ରଭୁଙ୍କ ଅନୁସରଣରୁ ବିମୁଖ ହେବୁ, ଏହା ଦୂରେ ଥାଉ।”

30ସେତେବେଳେ ରୁବେନ୍‍-ସନ୍ତାନଗଣ ଓ ଗାଦ୍‍-ସନ୍ତାନଗଣ ଓ ମନଃଶି-ସନ୍ତାନଗଣ ଯାହା କହିଲେ, ତାହା ଶୁଣି ପୀନହସ୍‍ ଯାଜକ ଓ ତାହାର ସଙ୍ଗୀ ମଣ୍ଡଳୀର ଅଧିପତିମାନେ ଓ ଇସ୍ରାଏଲୀୟ ସହସ୍ର ସହସ୍ରର ପ୍ରଧାନମାନେ ସନ୍ତୁଷ୍ଟ ହେଲେ।

31ପୁଣି ଇଲୀୟାସର ଯାଜକର ପୁତ୍ର ପୀନହସ୍‍ ରୁବେନ୍‍-ସନ୍ତାନଗଣକୁ ଓ ଗାଦ୍‍-ସନ୍ତାନଗଣକୁ ଓ ମନଃଶି-ସନ୍ତାନଗଣକୁ କହିଲା, “ସଦାପ୍ରଭୁ ଯେ ଆମ୍ଭମାନଙ୍କ ମଧ୍ୟରେ ଅଛନ୍ତି, ଏହା ଆମ୍ଭେମାନେ ଆଜି ଜାଣିଲୁ, ଯେହେତୁ ତୁମ୍ଭେମାନେ ସଦାପ୍ରଭୁଙ୍କ ନିକଟରେ ସତ୍ୟ-ଲଙ୍ଘନ କରି ନାହଁ; ଏବେ ତୁମ୍ଭେମାନେ ଇସ୍ରାଏଲ-ସନ୍ତାନଗଣକୁ ସଦାପ୍ରଭୁଙ୍କ ହସ୍ତରୁ ଉଦ୍ଧାର କଲ।”

32ତହୁଁ ଇଲୀୟାସର ଯାଜକର ପୁତ୍ର ପୀନହସ୍‍ ଓ ଅଧିପତିମାନେ ରୁବେନ୍‍-ସନ୍ତାନଗଣ ଓ ଗାଦ୍‍-ସନ୍ତାନଗଣ ନିକଟରୁ ଗିଲୀୟଦ ଦେଶରୁ ବାହାରି କିଣାନ ଦେଶକୁ ଇସ୍ରାଏଲ-ସନ୍ତାନଗଣ ନିକଟକୁ ଫେରିଯାଇ ସେମାନଙ୍କୁ ସମ୍ବାଦ ଦେଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.