30ସେତେବେଳେ ରୁବେନ୍-ସନ୍ତାନଗଣ ଓ ଗାଦ୍-ସନ୍ତାନଗଣ ଓ ମନଃଶି-ସନ୍ତାନଗଣ ଯାହା କହିଲେ, ତାହା ଶୁଣି ପୀନହସ୍ ଯାଜକ ଓ ତାହାର ସଙ୍ଗୀ ମଣ୍ଡଳୀର ଅଧିପତିମାନେ ଓ ଇସ୍ରାଏଲୀୟ ସହସ୍ର ସହସ୍ରର ପ୍ରଧାନମାନେ ସନ୍ତୁଷ୍ଟ ହେଲେ।
31ପୁଣି ଇଲୀୟାସର ଯାଜକର ପୁତ୍ର ପୀନହସ୍ ରୁବେନ୍-ସନ୍ତାନଗଣକୁ ଓ ଗାଦ୍-ସନ୍ତାନଗଣକୁ ଓ ମନଃଶି-ସନ୍ତାନଗଣକୁ କହିଲା, “ସଦାପ୍ରଭୁ ଯେ ଆମ୍ଭମାନଙ୍କ ମଧ୍ୟରେ ଅଛନ୍ତି, ଏହା ଆମ୍ଭେମାନେ ଆଜି ଜାଣିଲୁ, ଯେହେତୁ ତୁମ୍ଭେମାନେ ସଦାପ୍ରଭୁଙ୍କ ନିକଟରେ ସତ୍ୟ-ଲଙ୍ଘନ କରି ନାହଁ; ଏବେ ତୁମ୍ଭେମାନେ ଇସ୍ରାଏଲ-ସନ୍ତାନଗଣକୁ ସଦାପ୍ରଭୁଙ୍କ ହସ୍ତରୁ ଉଦ୍ଧାର କଲ।”
32ତହୁଁ ଇଲୀୟାସର ଯାଜକର ପୁତ୍ର ପୀନହସ୍ ଓ ଅଧିପତିମାନେ ରୁବେନ୍-ସନ୍ତାନଗଣ ଓ ଗାଦ୍-ସନ୍ତାନଗଣ ନିକଟରୁ ଗିଲୀୟଦ ଦେଶରୁ ବାହାରି କିଣାନ ଦେଶକୁ ଇସ୍ରାଏଲ-ସନ୍ତାନଗଣ ନିକଟକୁ ଫେରିଯାଇ ସେମାନଙ୍କୁ ସମ୍ବାଦ ଦେଲେ।
33ତହିଁରେ ଇସ୍ରାଏଲ-ସନ୍ତାନଗଣ ସେହି କଥାରେ ସନ୍ତୁଷ୍ଟ ହେଲେ; ପୁଣି ଇସ୍ରାଏଲ-ସନ୍ତାନଗଣ ପରମେଶ୍ୱରଙ୍କର ଧନ୍ୟବାଦ କଲେ, ଆଉ ରୁବେନ୍-ସନ୍ତାନଗଣର ଓ ଗାଦ୍-ସନ୍ତାନଗଣର ବସତି-ଦେଶ ବିନାଶ କରିବା ପାଇଁ ସେମାନଙ୍କ ବିରୁଦ୍ଧରେ ଯୁଦ୍ଧକୁ ଯିବା କଥା ଆଉ କହିଲେ ନାହିଁ।
34ଏଉତ୍ତାରେ ରୁବେନ୍-ସନ୍ତାନମାନେ ଓ ଗାଦ୍-ସନ୍ତାନମାନେ ସେହି ବେଦିର ନାମ ଏଦ୍ ରଖିଲେ, କାରଣ ସେମାନେ କହିଲେ, “ସଦାପ୍ରଭୁ ଯେ ପରମେଶ୍ୱର ଅଟନ୍ତି, ଆମ୍ଭମାନଙ୍କ ମଧ୍ୟରେ ଏଥିର ସାକ୍ଷୀ ଏହି।”