ଯିହୋଶୂୟ 22

ତହିଁରେ ଇସ୍ରାଏଲ-ସନ୍ତାନଗଣ ସେହି କଥାରେ ସନ୍ତୁଷ୍ଟ ହେଲେ; ପୁଣି ଇସ୍ରାଏଲ-ସନ୍ତାନଗଣ ପରମେଶ୍ୱରଙ୍କର ଧନ୍ୟବାଦ କଲେ, ଆଉ ରୁବେନ୍‍-ସନ୍ତାନଗଣର ଓ ଗାଦ୍‍-ସନ୍ତାନଗଣର ବସତି-ଦେଶ ବିନାଶ କରିବା ପାଇଁ ସେମାନଙ୍କ ବିରୁଦ୍ଧରେ ଯୁଦ୍ଧକୁ ଯିବା କଥା ଆଉ କହିଲେ ନାହିଁ।

Joshua 22:33 (UKJV) And the thing pleased the children of Israel; and the children of Israel blessed God, and did not intend to go up against them in battle, to destroy the land wherein the children of Reuben and Gad dwelt.

31ପୁଣି ଇଲୀୟାସର ଯାଜକର ପୁତ୍ର ପୀନହସ୍‍ ରୁବେନ୍‍-ସନ୍ତାନଗଣକୁ ଓ ଗାଦ୍‍-ସନ୍ତାନଗଣକୁ ଓ ମନଃଶି-ସନ୍ତାନଗଣକୁ କହିଲା, “ସଦାପ୍ରଭୁ ଯେ ଆମ୍ଭମାନଙ୍କ ମଧ୍ୟରେ ଅଛନ୍ତି, ଏହା ଆମ୍ଭେମାନେ ଆଜି ଜାଣିଲୁ, ଯେହେତୁ ତୁମ୍ଭେମାନେ ସଦାପ୍ରଭୁଙ୍କ ନିକଟରେ ସତ୍ୟ-ଲଙ୍ଘନ କରି ନାହଁ; ଏବେ ତୁମ୍ଭେମାନେ ଇସ୍ରାଏଲ-ସନ୍ତାନଗଣକୁ ସଦାପ୍ରଭୁଙ୍କ ହସ୍ତରୁ ଉଦ୍ଧାର କଲ।”

32ତହୁଁ ଇଲୀୟାସର ଯାଜକର ପୁତ୍ର ପୀନହସ୍‍ ଓ ଅଧିପତିମାନେ ରୁବେନ୍‍-ସନ୍ତାନଗଣ ଓ ଗାଦ୍‍-ସନ୍ତାନଗଣ ନିକଟରୁ ଗିଲୀୟଦ ଦେଶରୁ ବାହାରି କିଣାନ ଦେଶକୁ ଇସ୍ରାଏଲ-ସନ୍ତାନଗଣ ନିକଟକୁ ଫେରିଯାଇ ସେମାନଙ୍କୁ ସମ୍ବାଦ ଦେଲେ।

33ତହିଁରେ ଇସ୍ରାଏଲ-ସନ୍ତାନଗଣ ସେହି କଥାରେ ସନ୍ତୁଷ୍ଟ ହେଲେ; ପୁଣି ଇସ୍ରାଏଲ-ସନ୍ତାନଗଣ ପରମେଶ୍ୱରଙ୍କର ଧନ୍ୟବାଦ କଲେ, ଆଉ ରୁବେନ୍‍-ସନ୍ତାନଗଣର ଓ ଗାଦ୍‍-ସନ୍ତାନଗଣର ବସତି-ଦେଶ ବିନାଶ କରିବା ପାଇଁ ସେମାନଙ୍କ ବିରୁଦ୍ଧରେ ଯୁଦ୍ଧକୁ ଯିବା କଥା ଆଉ କହିଲେ ନାହିଁ।

34ଏଉତ୍ତାରେ ରୁବେନ୍‍-ସନ୍ତାନମାନେ ଓ ଗାଦ୍‍-ସନ୍ତାନମାନେ ସେହି ବେଦିର ନାମ ଏଦ୍‍ ରଖିଲେ, କାରଣ ସେମାନେ କହିଲେ, “ସଦାପ୍ରଭୁ ଯେ ପରମେଶ୍ୱର ଅଟନ୍ତି, ଆମ୍ଭମାନଙ୍କ ମଧ୍ୟରେ ଏଥିର ସାକ୍ଷୀ ଏହି।”

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.