32ତହୁଁ ଇଲୀୟାସର ଯାଜକର ପୁତ୍ର ପୀନହସ୍ ଓ ଅଧିପତିମାନେ ରୁବେନ୍-ସନ୍ତାନଗଣ ଓ ଗାଦ୍-ସନ୍ତାନଗଣ ନିକଟରୁ ଗିଲୀୟଦ ଦେଶରୁ ବାହାରି କିଣାନ ଦେଶକୁ ଇସ୍ରାଏଲ-ସନ୍ତାନଗଣ ନିକଟକୁ ଫେରିଯାଇ ସେମାନଙ୍କୁ ସମ୍ବାଦ ଦେଲେ।
33ତହିଁରେ ଇସ୍ରାଏଲ-ସନ୍ତାନଗଣ ସେହି କଥାରେ ସନ୍ତୁଷ୍ଟ ହେଲେ; ପୁଣି ଇସ୍ରାଏଲ-ସନ୍ତାନଗଣ ପରମେଶ୍ୱରଙ୍କର ଧନ୍ୟବାଦ କଲେ, ଆଉ ରୁବେନ୍-ସନ୍ତାନଗଣର ଓ ଗାଦ୍-ସନ୍ତାନଗଣର ବସତି-ଦେଶ ବିନାଶ କରିବା ପାଇଁ ସେମାନଙ୍କ ବିରୁଦ୍ଧରେ ଯୁଦ୍ଧକୁ ଯିବା କଥା ଆଉ କହିଲେ ନାହିଁ।
34ଏଉତ୍ତାରେ ରୁବେନ୍-ସନ୍ତାନମାନେ ଓ ଗାଦ୍-ସନ୍ତାନମାନେ ସେହି ବେଦିର ନାମ ଏଦ୍ ରଖିଲେ, କାରଣ ସେମାନେ କହିଲେ, “ସଦାପ୍ରଭୁ ଯେ ପରମେଶ୍ୱର ଅଟନ୍ତି, ଆମ୍ଭମାନଙ୍କ ମଧ୍ୟରେ ଏଥିର ସାକ୍ଷୀ ଏହି।”