6ଏଉତ୍ତାରେ ଯିହୋଶୂୟ ସେମାନଙ୍କୁ ଆଶୀର୍ବାଦ କରି ବିଦାୟ କଲେ, ତହିଁରେ ସେମାନେ ଆପଣା ଆପଣା ତମ୍ବୁକୁ ପ୍ରସ୍ଥାନ କଲେ।
7ମୋଶା ମନଃଶିର ଅର୍ଦ୍ଧ ବଂଶକୁ ବାଶନରେ ଅଧିକାର ଦେଇଥିଲେ; ମାତ୍ର ଅନ୍ୟ ଅର୍ଦ୍ଧ ବଂଶକୁ ଯିହୋଶୂୟ ଯର୍ଦ୍ଦନର ପଶ୍ଚିମ ପାରିରେ ସେମାନଙ୍କ ଭ୍ରାତୃଗଣ ମଧ୍ୟରେ ଅଧିକାର ଦେଲେ। ଆହୁରି ସେମାନଙ୍କୁ ଆପଣା ଆପଣା ତମ୍ବୁକୁ ବିଦାୟ କରିବା ସମୟରେ ଯିହୋଶୂୟ ଆଶୀର୍ବାଦ କରି ସେମାନଙ୍କୁ କହିଲେ,
8“ତୁମ୍ଭେମାନେ ପ୍ରଚୁର ସମ୍ପତ୍ତି ଓ ପଲ ପଲ ପଶୁ, ରୂପା, ସୁନା ଓ ପିତ୍ତଳ ଓ ଲୁହା ଓ ଅପାର ବସ୍ତ୍ର ସଙ୍ଗେ ନେଇ ଆପଣା ଆପଣା ତମ୍ବୁକୁ ଫେରିଯାଅ; ଆପଣା ଶତ୍ରୁମାନଙ୍କଠାରୁ ଲୁଟିତ ଦ୍ରବ୍ୟ ଆପଣା ଆପଣା ଭ୍ରାତୃଗଣ ମଧ୍ୟରେ ବିଭାଗ କର।”
9ତହିଁରେ ରୁବେନ୍-ସନ୍ତାନଗଣ ଓ ଗାଦ୍-ସନ୍ତାନଗଣ ଓ ମନଃଶିର ଅର୍ଦ୍ଧ ବଂଶ କିଣାନ ଦେଶାନ୍ତର୍ଗତ ଶୀଲୋଠାରେ ଇସ୍ରାଏଲ-ସନ୍ତାନଗଣ ନିକଟରୁ ବିଦାୟ ନେଇ ମୋଶାଙ୍କ ଦ୍ୱାରା ସଦାପ୍ରଭୁଙ୍କ ଦତ୍ତ ଆଜ୍ଞାନୁସାରେ ସେମାନେ ଯହିଁର ଅଧିକାରୀ ହୋଇଥିଲେ, ଆପଣାମାନଙ୍କ ସେହି ଅଧିକୃତ ଗିଲୀୟଦ ଦେଶକୁ ଫେରିଗଲେ।
10ପୁଣି ଯେତେବେଳେ ରୁବେନ୍-ସନ୍ତାନଗଣ ଓ ଗାଦ୍-ସନ୍ତାନଗଣ ଓ ମନଃଶିର ଅର୍ଦ୍ଧ ବଂଶ କିଣାନ ଦେଶାନ୍ତର୍ଗତ ଯର୍ଦ୍ଦନ ସୀମାରେ ଉପସ୍ଥିତ ହେଲେ, ସେତେବେଳେ ସେମାନେ ସେଠାରେ ଯର୍ଦ୍ଦନ ନିକଟରେ ଗୋଟିଏ ଯଜ୍ଞବେଦି ନିର୍ମାଣ କଲେ, ସେହି ବେଦି ଦେଖିବାକୁ ବଡ଼।