8ମାତ୍ର ଯେପରି ଆଜି ପର୍ଯ୍ୟନ୍ତ କରି ଆସୁଅଛ, ସେପରି ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କଠାରେ ଆସକ୍ତ ଥାଅ।
9କାରଣ ସଦାପ୍ରଭୁ ତୁମ୍ଭମାନଙ୍କ ସମ୍ମୁଖରୁ ମହାନ ଓ ବଳବାନ ଗୋଷ୍ଠୀୟମାନଙ୍କୁ ତଡ଼ି ଦେଇଅଛନ୍ତି; ପୁଣି ଆଜି ପର୍ଯ୍ୟନ୍ତ କୌଣସି ମନୁଷ୍ୟ ତୁମ୍ଭମାନଙ୍କ ସମ୍ମୁଖରେ ଠିଆ ହୋଇ ପାରି ନାହିଁ।
10ତୁମ୍ଭମାନଙ୍କର ଏକ ଲୋକ ସହସ୍ର ଲୋକଙ୍କୁ ଘଉଡ଼ାଇ ଦେବ, କାରଣ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ତୁମ୍ଭମାନଙ୍କୁ ଯେରୂପ କହିଅଛନ୍ତି, ତଦନୁସାରେ ସେ ଆପେ ତୁମ୍ଭମାନଙ୍କ ପକ୍ଷରେ ଯୁଦ୍ଧ କରୁଅଛନ୍ତି।
11ଏନିମନ୍ତେ ତୁମ୍ଭେମାନେ ଆପଣା ଆପଣା ପ୍ରାଣ ବିଷୟରେ ଅତି ସାବଧାନ ହୋଇ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କୁ ପ୍ରେମ କର।
12ନୋହିଲେ ଯେବେ ତୁମ୍ଭେମାନେ କୌଣସି ପ୍ରକାରେ ବିମୁଖ ହୁଅ ଓ ଏହି ଗୋଷ୍ଠୀୟମାନଙ୍କ ମଧ୍ୟରୁ ଯେଉଁମାନେ ତୁମ୍ଭମାନଙ୍କ ମଧ୍ୟରେ ଅବଶିଷ୍ଟ ଅଛନ୍ତି, ସେମାନଙ୍କଠାରେ ଆସକ୍ତ ହୁଅ ଓ ସେମାନଙ୍କ ସହିତ ବିବାହ-ସମ୍ବନ୍ଧ ରଖି ତୁମ୍ଭେମାନେ ସେମାନଙ୍କର ସହବାସ କର ଓ ସେମାନେ ତୁମ୍ଭମାନଙ୍କର ସହବାସ କରନ୍ତି;