ଯିହୋଶୂୟ 23

ନୋହିଲେ ଯେବେ ତୁମ୍ଭେମାନେ କୌଣସି ପ୍ରକାରେ ବିମୁଖ ହୁଅ ଓ ଏହି ଗୋଷ୍ଠୀୟମାନଙ୍କ ମଧ୍ୟରୁ ଯେଉଁମାନେ ତୁମ୍ଭମାନଙ୍କ ମଧ୍ୟରେ ଅବଶିଷ୍ଟ ଅଛନ୍ତି, ସେମାନଙ୍କଠାରେ ଆସକ୍ତ ହୁଅ ଓ ସେମାନଙ୍କ ସହିତ ବିବାହ-ସମ୍ବନ୍ଧ ରଖି ତୁମ୍ଭେମାନେ ସେମାନଙ୍କର ସହବାସ କର ଓ ସେମାନେ ତୁମ୍ଭମାନଙ୍କର ସହବାସ କରନ୍ତି;

Joshua 23:12 (UKJV) Else if all of you do in any way go back, and cleave unto the remnant of these nations, even these that remain among you, and shall make marriages with them, and go in unto them, and they to you:

10ତୁମ୍ଭମାନଙ୍କର ଏକ ଲୋକ ସହସ୍ର ଲୋକଙ୍କୁ ଘଉଡ଼ାଇ ଦେବ, କାରଣ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ତୁମ୍ଭମାନଙ୍କୁ ଯେରୂପ କହିଅଛନ୍ତି, ତଦନୁସାରେ ସେ ଆପେ ତୁମ୍ଭମାନଙ୍କ ପକ୍ଷରେ ଯୁଦ୍ଧ କରୁଅଛନ୍ତି।

11ଏନିମନ୍ତେ ତୁମ୍ଭେମାନେ ଆପଣା ଆପଣା ପ୍ରାଣ ବିଷୟରେ ଅତି ସାବଧାନ ହୋଇ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କୁ ପ୍ରେମ କର।

12ନୋହିଲେ ଯେବେ ତୁମ୍ଭେମାନେ କୌଣସି ପ୍ରକାରେ ବିମୁଖ ହୁଅ ଓ ଏହି ଗୋଷ୍ଠୀୟମାନଙ୍କ ମଧ୍ୟରୁ ଯେଉଁମାନେ ତୁମ୍ଭମାନଙ୍କ ମଧ୍ୟରେ ଅବଶିଷ୍ଟ ଅଛନ୍ତି, ସେମାନଙ୍କଠାରେ ଆସକ୍ତ ହୁଅ ଓ ସେମାନଙ୍କ ସହିତ ବିବାହ-ସମ୍ବନ୍ଧ ରଖି ତୁମ୍ଭେମାନେ ସେମାନଙ୍କର ସହବାସ କର ଓ ସେମାନେ ତୁମ୍ଭମାନଙ୍କର ସହବାସ କରନ୍ତି;

13ତେବେ ଏହା ନିଶ୍ଚୟ ଜାଣ ଯେ, ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ଏହି ଗୋଷ୍ଠୀୟମାନଙ୍କୁ ତୁମ୍ଭମାନଙ୍କ ଦୃଷ୍ଟିଗୋଚରରୁ ଆଉ ତଡ଼ି ଦେବେ ନାହିଁ; ମାତ୍ର ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ତୁମ୍ଭମାନଙ୍କୁ ଏହି ଯେଉଁ ଉତ୍ତମ ଦେଶ ଦେଇଅଛନ୍ତି, ତହିଁରୁ ତୁମ୍ଭେମାନେ ବିନଷ୍ଟ ହେବା ପର୍ଯ୍ୟନ୍ତ ସେମାନେ ତୁମ୍ଭମାନଙ୍କର ଜାଲ ଓ ଫାନ୍ଦ ଓ ପାର୍ଶ୍ୱରେ କୋରଡ଼ା ଓ ଚକ୍ଷୁରେ କଣ୍ଟକ ସ୍ୱରୂପ ହେବେ।

14ଆଉ ଦେଖ, ଆଜି ମୁଁ ସମଗ୍ର ମର୍ତ୍ତ୍ୟର ମାର୍ଗରେ ଯାଉଅଛି। ତୁମ୍ଭେମାନେ ସମସ୍ତ ଅନ୍ତଃକରଣ ଓ ସମସ୍ତ ବୁଦ୍ଧିରେ ଜ୍ଞାତ ଅଛ ଯେ, ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ତୁମ୍ଭମାନଙ୍କ ବିଷୟରେ ଯେତେ ମଙ୍ଗଳ କଥା କହିଥିଲେ, ତହିଁ ମଧ୍ୟରୁ ଗୋଟିଏ ମାତ୍ର କଥା ବିଫଳ ହୋଇ ନାହିଁ; ତୁମ୍ଭମାନଙ୍କ ପକ୍ଷରେ ସବୁ ସଫଳ ହୋଇଅଛି, ତହିଁରୁ ଗୋଟିଏ କଥା ହିଁ ବିଫଳ ହୋଇ ନାହିଁ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.