ଯିହୋଶୂୟ 23

ତେବେ ଏହା ନିଶ୍ଚୟ ଜାଣ ଯେ, ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ଏହି ଗୋଷ୍ଠୀୟମାନଙ୍କୁ ତୁମ୍ଭମାନଙ୍କ ଦୃଷ୍ଟିଗୋଚରରୁ ଆଉ ତଡ଼ି ଦେବେ ନାହିଁ; ମାତ୍ର ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ତୁମ୍ଭମାନଙ୍କୁ ଏହି ଯେଉଁ ଉତ୍ତମ ଦେଶ ଦେଇଅଛନ୍ତି, ତହିଁରୁ ତୁମ୍ଭେମାନେ ବିନଷ୍ଟ ହେବା ପର୍ଯ୍ୟନ୍ତ ସେମାନେ ତୁମ୍ଭମାନଙ୍କର ଜାଲ ଓ ଫାନ୍ଦ ଓ ପାର୍ଶ୍ୱରେ କୋରଡ଼ା ଓ ଚକ୍ଷୁରେ କଣ୍ଟକ ସ୍ୱରୂପ ହେବେ।

Joshua 23:13 (UKJV) Know for a certainty that the LORD your God will no more drive out any of these nations from before you; but they shall be snares and traps unto you, and scourges in your sides, and thorns in your eyes, until all of you perish from off this good land which the LORD your God has given you.

11ଏନିମନ୍ତେ ତୁମ୍ଭେମାନେ ଆପଣା ଆପଣା ପ୍ରାଣ ବିଷୟରେ ଅତି ସାବଧାନ ହୋଇ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କୁ ପ୍ରେମ କର।

12ନୋହିଲେ ଯେବେ ତୁମ୍ଭେମାନେ କୌଣସି ପ୍ରକାରେ ବିମୁଖ ହୁଅ ଓ ଏହି ଗୋଷ୍ଠୀୟମାନଙ୍କ ମଧ୍ୟରୁ ଯେଉଁମାନେ ତୁମ୍ଭମାନଙ୍କ ମଧ୍ୟରେ ଅବଶିଷ୍ଟ ଅଛନ୍ତି, ସେମାନଙ୍କଠାରେ ଆସକ୍ତ ହୁଅ ଓ ସେମାନଙ୍କ ସହିତ ବିବାହ-ସମ୍ବନ୍ଧ ରଖି ତୁମ୍ଭେମାନେ ସେମାନଙ୍କର ସହବାସ କର ଓ ସେମାନେ ତୁମ୍ଭମାନଙ୍କର ସହବାସ କରନ୍ତି;

13ତେବେ ଏହା ନିଶ୍ଚୟ ଜାଣ ଯେ, ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ଏହି ଗୋଷ୍ଠୀୟମାନଙ୍କୁ ତୁମ୍ଭମାନଙ୍କ ଦୃଷ୍ଟିଗୋଚରରୁ ଆଉ ତଡ଼ି ଦେବେ ନାହିଁ; ମାତ୍ର ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ତୁମ୍ଭମାନଙ୍କୁ ଏହି ଯେଉଁ ଉତ୍ତମ ଦେଶ ଦେଇଅଛନ୍ତି, ତହିଁରୁ ତୁମ୍ଭେମାନେ ବିନଷ୍ଟ ହେବା ପର୍ଯ୍ୟନ୍ତ ସେମାନେ ତୁମ୍ଭମାନଙ୍କର ଜାଲ ଓ ଫାନ୍ଦ ଓ ପାର୍ଶ୍ୱରେ କୋରଡ଼ା ଓ ଚକ୍ଷୁରେ କଣ୍ଟକ ସ୍ୱରୂପ ହେବେ।

14ଆଉ ଦେଖ, ଆଜି ମୁଁ ସମଗ୍ର ମର୍ତ୍ତ୍ୟର ମାର୍ଗରେ ଯାଉଅଛି। ତୁମ୍ଭେମାନେ ସମସ୍ତ ଅନ୍ତଃକରଣ ଓ ସମସ୍ତ ବୁଦ୍ଧିରେ ଜ୍ଞାତ ଅଛ ଯେ, ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ତୁମ୍ଭମାନଙ୍କ ବିଷୟରେ ଯେତେ ମଙ୍ଗଳ କଥା କହିଥିଲେ, ତହିଁ ମଧ୍ୟରୁ ଗୋଟିଏ ମାତ୍ର କଥା ବିଫଳ ହୋଇ ନାହିଁ; ତୁମ୍ଭମାନଙ୍କ ପକ୍ଷରେ ସବୁ ସଫଳ ହୋଇଅଛି, ତହିଁରୁ ଗୋଟିଏ କଥା ହିଁ ବିଫଳ ହୋଇ ନାହିଁ।

15ମାତ୍ର ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ତୁମ୍ଭମାନଙ୍କ ପ୍ରତି ଯେସକଳ ମଙ୍ଗଳ କଥା କହିଥିଲେ, ତାହା ଯେପରି ତୁମ୍ଭମାନଙ୍କ ପକ୍ଷରେ ସଫଳ ହେଲା, ସେପରି ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ତୁମ୍ଭମାନଙ୍କୁ ଯେଉଁ ଉତ୍ତମ ଦେଶ ଦେଇଅଛନ୍ତି, ତହିଁରୁ ସଦାପ୍ରଭୁ ତୁମ୍ଭମାନଙ୍କୁ ବିନାଶ କରିବା ଯାଏ ତୁମ୍ଭମାନଙ୍କ ପ୍ରତି ଅମଙ୍ଗଳ କଥାସବୁ ସଫଳ କରିବେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.