ଯିହୋଶୂୟ 23

ଯେ ଯିହୋଶୂୟ ସମସ୍ତ ଇସ୍ରାଏଲଙ୍କୁ, ସେମାନଙ୍କ ପ୍ରାଚୀନବର୍ଗଙ୍କୁ ଓ ସେମାନଙ୍କ ପ୍ରଧାନମାନଙ୍କୁ, ପୁଣି ସେମାନଙ୍କ ବିଚାରକର୍ତ୍ତା ଓ ଅଧ୍ୟକ୍ଷମାନଙ୍କୁ ଡକାଇ ସେମାନଙ୍କୁ କହିଲେ, “ମୁଁ ବୃଦ୍ଧ ଓ ଗତବୟସ୍କ ହେଲି।

Joshua 23:2 (UKJV) And Joshua called for all Israel, and for their elders, and for their heads, and for their judges, and for their officers, and said unto them, I am old and stricken in age:

1ଏଥିଉତ୍ତାରେ ବହୁ ଦିନ ଉତ୍ତାରେ ସଦାପ୍ରଭୁ ଇସ୍ରାଏଲଙ୍କୁ ସେମାନଙ୍କ ଚତୁର୍ଦ୍ଦିଗସ୍ଥିତ ସମସ୍ତ ଶତ୍ରୁଙ୍କଠାରୁ ବିଶ୍ରାମ ଦିଅନ୍ତେ; ପୁଣି ଯିହୋଶୂୟ ବୃଦ୍ଧ ଓ ଗତବୟସ୍କ ହୁଅନ୍ତେ, ଏପରି ଘଟିଲା,

2ଯେ ଯିହୋଶୂୟ ସମସ୍ତ ଇସ୍ରାଏଲଙ୍କୁ, ସେମାନଙ୍କ ପ୍ରାଚୀନବର୍ଗଙ୍କୁ ଓ ସେମାନଙ୍କ ପ୍ରଧାନମାନଙ୍କୁ, ପୁଣି ସେମାନଙ୍କ ବିଚାରକର୍ତ୍ତା ଓ ଅଧ୍ୟକ୍ଷମାନଙ୍କୁ ଡକାଇ ସେମାନଙ୍କୁ କହିଲେ, “ମୁଁ ବୃଦ୍ଧ ଓ ଗତବୟସ୍କ ହେଲି।

3ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ତୁମ୍ଭମାନଙ୍କ ସକାଶୁ ଏହିସବୁ ଦେଶୀୟମାନଙ୍କ ପ୍ରତି ଯାହା ଯାହା କରିଅଛନ୍ତି, ତାହାସବୁ ତୁମ୍ଭେମାନେ ଦେଖିଅଛ; କାରଣ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ଆପେ ତୁମ୍ଭମାନଙ୍କ ପକ୍ଷରେ ଯୁଦ୍ଧ କରିଅଛନ୍ତି।

4ଦେଖ, ଯର୍ଦ୍ଦନ ଅବଧି ସୂର୍ଯ୍ୟାସ୍ତ ଦିଗରେ ମହାସମୁଦ୍ର ପର୍ଯ୍ୟନ୍ତ ଯେସମସ୍ତ ଦେଶୀୟମାନଙ୍କୁ ମୁଁ ଉଚ୍ଛିନ୍ନ କରିଅଛି, ଆଉ ଯେଉଁ ଦେଶୀୟମାନେ ଅବଶିଷ୍ଟ ଅଛନ୍ତି, ସେମାନଙ୍କ ଦେଶ ଅଧିକାର କରିବାକୁ ମୁଁ ତୁମ୍ଭମାନଙ୍କ ବଂଶାନୁସାରେ ଗୁଲିବାଣ୍ଟ ଦ୍ୱାରା ବିଭାଗ କରି ତୁମ୍ଭମାନଙ୍କୁ ଦେଲି।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.