7ପୁଣି ସେହି ଗୋଷ୍ଠୀୟମାନଙ୍କର ଯେ ଅବଶିଷ୍ଟ ଲୋକ ତୁମ୍ଭମାନଙ୍କ ମଧ୍ୟରେ ଅଛନ୍ତି, ସେମାନଙ୍କ ମଧ୍ୟରେ ପ୍ରବେଶ ନ କର; କି ସେମାନଙ୍କ ଦେବତାମାନଙ୍କ ନାମ ଉଚ୍ଚାରଣ ନ କର, କି ସେମାନଙ୍କ ନାମରେ ଶପଥ ନ କରାଅ, କି ସେମାନଙ୍କ ସେବା ନ କର, କିଅବା ସେମାନଙ୍କୁ ପ୍ରଣାମ ନ କର।
8ମାତ୍ର ଯେପରି ଆଜି ପର୍ଯ୍ୟନ୍ତ କରି ଆସୁଅଛ, ସେପରି ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କଠାରେ ଆସକ୍ତ ଥାଅ।
9କାରଣ ସଦାପ୍ରଭୁ ତୁମ୍ଭମାନଙ୍କ ସମ୍ମୁଖରୁ ମହାନ ଓ ବଳବାନ ଗୋଷ୍ଠୀୟମାନଙ୍କୁ ତଡ଼ି ଦେଇଅଛନ୍ତି; ପୁଣି ଆଜି ପର୍ଯ୍ୟନ୍ତ କୌଣସି ମନୁଷ୍ୟ ତୁମ୍ଭମାନଙ୍କ ସମ୍ମୁଖରେ ଠିଆ ହୋଇ ପାରି ନାହିଁ।
10ତୁମ୍ଭମାନଙ୍କର ଏକ ଲୋକ ସହସ୍ର ଲୋକଙ୍କୁ ଘଉଡ଼ାଇ ଦେବ, କାରଣ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ତୁମ୍ଭମାନଙ୍କୁ ଯେରୂପ କହିଅଛନ୍ତି, ତଦନୁସାରେ ସେ ଆପେ ତୁମ୍ଭମାନଙ୍କ ପକ୍ଷରେ ଯୁଦ୍ଧ କରୁଅଛନ୍ତି।
11ଏନିମନ୍ତେ ତୁମ୍ଭେମାନେ ଆପଣା ଆପଣା ପ୍ରାଣ ବିଷୟରେ ଅତି ସାବଧାନ ହୋଇ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କୁ ପ୍ରେମ କର।