ଯିହୋଶୂୟ 24

ଏଥିଉତ୍ତାରେ ଯିହୋଶୂୟ ଇସ୍ରାଏଲ ବଂଶସମୂହକୁ ଶିଖିମରେ ଏକତ୍ର କରି ସେମାନଙ୍କ ପ୍ରାଚୀନବର୍ଗକୁ ଓ ସେମାନଙ୍କ ପ୍ରଧାନମାନଙ୍କୁ ଓ ସେମାନଙ୍କ ବିଚାରକର୍ତ୍ତୃଗଣଙ୍କୁ ଓ ସେମାନଙ୍କ ଅଧ୍ୟକ୍ଷମାନଙ୍କୁ ଡକାଇଲେ, ତହିଁରେ ସେମାନେ ପରମେଶ୍ୱରଙ୍କ ସମ୍ମୁଖରେ ଠିଆ ହେଲେ।

Joshua 24:1 (UKJV) And Joshua gathered all the tribes of Israel to Shechem, and called for the elders of Israel, and for their heads, and for their judges, and for their officers; and they presented themselves before God.

1ଏଥିଉତ୍ତାରେ ଯିହୋଶୂୟ ଇସ୍ରାଏଲ ବଂଶସମୂହକୁ ଶିଖିମରେ ଏକତ୍ର କରି ସେମାନଙ୍କ ପ୍ରାଚୀନବର୍ଗକୁ ଓ ସେମାନଙ୍କ ପ୍ରଧାନମାନଙ୍କୁ ଓ ସେମାନଙ୍କ ବିଚାରକର୍ତ୍ତୃଗଣଙ୍କୁ ଓ ସେମାନଙ୍କ ଅଧ୍ୟକ୍ଷମାନଙ୍କୁ ଡକାଇଲେ, ତହିଁରେ ସେମାନେ ପରମେଶ୍ୱରଙ୍କ ସମ୍ମୁଖରେ ଠିଆ ହେଲେ।

2ତହୁଁ ଯିହୋଶୂୟ ସମସ୍ତ ଲୋକଙ୍କୁ କହିଲେ, “ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, ‘ପୂର୍ବକାଳରେ ତୁମ୍ଭମାନଙ୍କ ପୂର୍ବପୁରୁଷ ଅବ୍ରହାମ ଓ ନାହୋରର ପିତା ତେରହ ପ୍ରଭୃତି ନଦୀ ସେପାରିରେ ବାସ କରି ଅନ୍ୟ ଦେବତାମାନଙ୍କର ସେବା କରୁଥିଲେ;

3ତହିଁରେ ଆମ୍ଭେ ତୁମ୍ଭମାନଙ୍କ ପୂର୍ବପୁରୁଷ ଅବ୍ରହାମଙ୍କୁ ସେହି ନଦୀ ସେପାରିରୁ ନେଇ କିଣାନ ଦେଶର ସର୍ବତ୍ର ଭ୍ରମଣ କରାଇଲୁ ଓ ତାହାର ବଂଶକୁ ବହୁପ୍ରଜ କଲୁ ଓ ତାହାକୁ ଇସ୍‌ହାକ ଦେଲୁ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.