ଯିହୋଶୂୟ 24

ଯଦିବା ସଦାପ୍ରଭୁଙ୍କୁ ସେବା କରିବା ତୁମ୍ଭମାନଙ୍କ ଦୃଷ୍ଟିରେ ମନ୍ଦ ଦିଶେ, ତେବେ ତୁମ୍ଭେମାନେ କାହାର ସେବା କରିବ, ତାହା ଆଜି ମନୋନୀତ କର; କି ନଦୀ ସେପାରିରେ ତୁମ୍ଭମାନଙ୍କ ପୂର୍ବପୁରୁଷମାନେ ଯେଉଁ ଦେବତାମାନଙ୍କୁ ସେବା କଲେ, ସେମାନଙ୍କ, କିଅବା ଯେଉଁ ଇମୋରୀୟମାନଙ୍କ ଦେଶରେ ତୁମ୍ଭେମାନେ ବାସ କରୁଅଛ, ସେମାନଙ୍କ ଦେବତାମାନଙ୍କୁ (ସେବା କରିବ, ଏହା ମନୋନୀତ କର); ମାତ୍ର ମୁଁ ଓ ମୋହର ପରିଜନ, ଆମ୍ଭେମାନେ ସଦାପ୍ରଭୁଙ୍କୁ ସେବା କରିବା।”

Joshua 24:15 (UKJV) And if it seem evil unto you to serve the LORD, choose you this day whom all of you will serve; whether the gods which your fathers served that were on the other side of the flood, or the gods of the Amorites, in whose land all of you dwell: but as for me and my house, we will serve the LORD.

13ଆଉ ତୁମ୍ଭେମାନେ ଯହିଁରେ ପରିଶ୍ରମ କରି ନାହଁ, ଏପରି ଏକ ଦେଶ ଓ ଯାହା ଯାହା ତୁମ୍ଭେମାନେ ନିର୍ମାଣ କରି ନାହଁ, ଏପରି ନଗରମାନ ଆମ୍ଭେ ତୁମ୍ଭମାନଙ୍କୁ ଦେଲୁ, ତହିଁରେ ତୁମ୍ଭେମାନେ ବାସ କରୁଅଛ; ତୁମ୍ଭେମାନେ ଯେଉଁ ଦ୍ରାକ୍ଷାକ୍ଷେତ୍ର ଓ ଜୀତକ୍ଷେତ୍ର ରୋପଣ ନ କଲ, ତାହା ତୁମ୍ଭେମାନେ ଭୋଗ କରୁଅଛ।’

14ଏହେତୁ ଏବେ ସଦାପ୍ରଭୁଙ୍କୁ ଭୟ କର, ପୁଣି ସମ୍ପୂର୍ଣ୍ଣ ରୂପେ ଓ ସତ୍ୟତାରେ ତାହାଙ୍କର ସେବା କର; ଆଉ ତୁମ୍ଭମାନଙ୍କ ପୂର୍ବପୁରୁଷମାନେ ନଦୀ ସେପାରିରେ ଓ ମିସରରେ ଯେଉଁ ଦେବତାମାନଙ୍କର ସେବା କଲେ, ସେମାନଙ୍କୁ ଦୂର କର; ତୁମ୍ଭେମାନେ ସଦାପ୍ରଭୁଙ୍କର ସେବା କର।

15ଯଦିବା ସଦାପ୍ରଭୁଙ୍କୁ ସେବା କରିବା ତୁମ୍ଭମାନଙ୍କ ଦୃଷ୍ଟିରେ ମନ୍ଦ ଦିଶେ, ତେବେ ତୁମ୍ଭେମାନେ କାହାର ସେବା କରିବ, ତାହା ଆଜି ମନୋନୀତ କର; କି ନଦୀ ସେପାରିରେ ତୁମ୍ଭମାନଙ୍କ ପୂର୍ବପୁରୁଷମାନେ ଯେଉଁ ଦେବତାମାନଙ୍କୁ ସେବା କଲେ, ସେମାନଙ୍କ, କିଅବା ଯେଉଁ ଇମୋରୀୟମାନଙ୍କ ଦେଶରେ ତୁମ୍ଭେମାନେ ବାସ କରୁଅଛ, ସେମାନଙ୍କ ଦେବତାମାନଙ୍କୁ (ସେବା କରିବ, ଏହା ମନୋନୀତ କର); ମାତ୍ର ମୁଁ ଓ ମୋହର ପରିଜନ, ଆମ୍ଭେମାନେ ସଦାପ୍ରଭୁଙ୍କୁ ସେବା କରିବା।”

16ଏଥିରେ ଲୋକମାନେ ଉତ୍ତର ଦେଇ କହିଲେ, “ଅନ୍ୟ ଦେବତାମାନଙ୍କ ସେବା କରିବା ନିମନ୍ତେ ଆମ୍ଭେମାନେ ଯେ ସଦାପ୍ରଭୁଙ୍କୁ ପରିତ୍ୟାଗ କରିବୁ, ଏହା ଦୂରେ ଥାଉ।

17ଯେହେତୁ ସଦାପ୍ରଭୁ ଆମ୍ଭମାନଙ୍କର ପରମେଶ୍ୱର, ସେ ଆପେ ଆମ୍ଭମାନଙ୍କୁ ଓ ଆମ୍ଭମାନଙ୍କ ପୂର୍ବପୁରୁଷମାନଙ୍କୁ ମିସର ଦେଶର ଦାସଗୃହରୁ ବାହାର କରି ଆଣିଲେ ଓ ଆମ୍ଭମାନଙ୍କ ଦୃଷ୍ଟିଗୋଚରରେ ଏହିସବୁ ମହା ଚିହ୍ନ ପ୍ରକାଶ କଲେ, ପୁଣି ଯେଉଁ ସକଳ ପଥରେ ଓ ଯେ ଯେ ଗୋଷ୍ଠୀ ଦେଇ ଆମ୍ଭେମାନେ ଆସିଅଛୁ, ସେମାନଙ୍କ ମଧ୍ୟରେ ସେ ଆମ୍ଭମାନଙ୍କୁ ରକ୍ଷା କରିଅଛନ୍ତି।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.