ଯିହୋଶୂୟ 24

ଯେହେତୁ ସଦାପ୍ରଭୁ ଆମ୍ଭମାନଙ୍କର ପରମେଶ୍ୱର, ସେ ଆପେ ଆମ୍ଭମାନଙ୍କୁ ଓ ଆମ୍ଭମାନଙ୍କ ପୂର୍ବପୁରୁଷମାନଙ୍କୁ ମିସର ଦେଶର ଦାସଗୃହରୁ ବାହାର କରି ଆଣିଲେ ଓ ଆମ୍ଭମାନଙ୍କ ଦୃଷ୍ଟିଗୋଚରରେ ଏହିସବୁ ମହା ଚିହ୍ନ ପ୍ରକାଶ କଲେ, ପୁଣି ଯେଉଁ ସକଳ ପଥରେ ଓ ଯେ ଯେ ଗୋଷ୍ଠୀ ଦେଇ ଆମ୍ଭେମାନେ ଆସିଅଛୁ, ସେମାନଙ୍କ ମଧ୍ୟରେ ସେ ଆମ୍ଭମାନଙ୍କୁ ରକ୍ଷା କରିଅଛନ୍ତି।

Joshua 24:17 (UKJV) For the LORD our God, he it is that brought us up and our fathers out of the land of Egypt, from the house of bondage, and which did those great signs in our sight, and preserved us in all the way wherein we went, and among all the people through whom we passed:

15ଯଦିବା ସଦାପ୍ରଭୁଙ୍କୁ ସେବା କରିବା ତୁମ୍ଭମାନଙ୍କ ଦୃଷ୍ଟିରେ ମନ୍ଦ ଦିଶେ, ତେବେ ତୁମ୍ଭେମାନେ କାହାର ସେବା କରିବ, ତାହା ଆଜି ମନୋନୀତ କର; କି ନଦୀ ସେପାରିରେ ତୁମ୍ଭମାନଙ୍କ ପୂର୍ବପୁରୁଷମାନେ ଯେଉଁ ଦେବତାମାନଙ୍କୁ ସେବା କଲେ, ସେମାନଙ୍କ, କିଅବା ଯେଉଁ ଇମୋରୀୟମାନଙ୍କ ଦେଶରେ ତୁମ୍ଭେମାନେ ବାସ କରୁଅଛ, ସେମାନଙ୍କ ଦେବତାମାନଙ୍କୁ (ସେବା କରିବ, ଏହା ମନୋନୀତ କର); ମାତ୍ର ମୁଁ ଓ ମୋହର ପରିଜନ, ଆମ୍ଭେମାନେ ସଦାପ୍ରଭୁଙ୍କୁ ସେବା କରିବା।”

16ଏଥିରେ ଲୋକମାନେ ଉତ୍ତର ଦେଇ କହିଲେ, “ଅନ୍ୟ ଦେବତାମାନଙ୍କ ସେବା କରିବା ନିମନ୍ତେ ଆମ୍ଭେମାନେ ଯେ ସଦାପ୍ରଭୁଙ୍କୁ ପରିତ୍ୟାଗ କରିବୁ, ଏହା ଦୂରେ ଥାଉ।

17ଯେହେତୁ ସଦାପ୍ରଭୁ ଆମ୍ଭମାନଙ୍କର ପରମେଶ୍ୱର, ସେ ଆପେ ଆମ୍ଭମାନଙ୍କୁ ଓ ଆମ୍ଭମାନଙ୍କ ପୂର୍ବପୁରୁଷମାନଙ୍କୁ ମିସର ଦେଶର ଦାସଗୃହରୁ ବାହାର କରି ଆଣିଲେ ଓ ଆମ୍ଭମାନଙ୍କ ଦୃଷ୍ଟିଗୋଚରରେ ଏହିସବୁ ମହା ଚିହ୍ନ ପ୍ରକାଶ କଲେ, ପୁଣି ଯେଉଁ ସକଳ ପଥରେ ଓ ଯେ ଯେ ଗୋଷ୍ଠୀ ଦେଇ ଆମ୍ଭେମାନେ ଆସିଅଛୁ, ସେମାନଙ୍କ ମଧ୍ୟରେ ସେ ଆମ୍ଭମାନଙ୍କୁ ରକ୍ଷା କରିଅଛନ୍ତି।

18ଆହୁରି ସେହି ସଦାପ୍ରଭୁ ଏ ଦେଶ ନିବାସୀ ଇମୋରୀୟ ଆଦି ସବୁ ଗୋଷ୍ଠୀକୁ ଆମ୍ଭମାନଙ୍କ ସମ୍ମୁଖରୁ ଘଉଡ଼ାଇ ଦେଇଅଛନ୍ତି; ଏଣୁ ଆମ୍ଭେମାନେ ମଧ୍ୟ ସଦାପ୍ରଭୁଙ୍କର ସେବା କରିବୁ, କାରଣ ସେ ଆମ୍ଭମାନଙ୍କର ପରମେଶ୍ୱର।”

19ଏଥିରେ ଯିହୋଶୂୟ ଲୋକମାନଙ୍କୁ କହିଲେ, “ତୁମ୍ଭେମାନେ ସଦାପ୍ରଭୁଙ୍କ ସେବା କରି ପାରିବ ନାହିଁ, କାରଣ ସେ ପବିତ୍ର ପରମେଶ୍ୱର; ସେ (ସ୍ୱଗୌରବ ରକ୍ଷଣରେ) ଉଦ୍‍ଯୋଗୀ ପରମେଶ୍ୱର; ସେ ତୁମ୍ଭମାନଙ୍କର ଅଧର୍ମ କି ପାପ କ୍ଷମା କରିବେ ନାହିଁ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.