ଯିହୋଶୂୟ 24

ତହୁଁ ଲୋକମାନେ ଯିହୋଶୂୟଙ୍କୁ କହିଲେ, “ନାହିଁ; ମାତ୍ର ଆମ୍ଭେମାନେ ସଦାପ୍ରଭୁଙ୍କର ସେବା କରିବା।”

Joshua 24:21 (UKJV) And the people said unto Joshua, Nay; but we will serve the LORD.

19ଏଥିରେ ଯିହୋଶୂୟ ଲୋକମାନଙ୍କୁ କହିଲେ, “ତୁମ୍ଭେମାନେ ସଦାପ୍ରଭୁଙ୍କ ସେବା କରି ପାରିବ ନାହିଁ, କାରଣ ସେ ପବିତ୍ର ପରମେଶ୍ୱର; ସେ (ସ୍ୱଗୌରବ ରକ୍ଷଣରେ) ଉଦ୍‍ଯୋଗୀ ପରମେଶ୍ୱର; ସେ ତୁମ୍ଭମାନଙ୍କର ଅଧର୍ମ କି ପାପ କ୍ଷମା କରିବେ ନାହିଁ।

20ତୁମ୍ଭେମାନେ ଯେବେ ସଦାପ୍ରଭୁଙ୍କୁ ପରିତ୍ୟାଗ କରି ବିଦେଶୀୟ ଦେବତାମାନଙ୍କୁ ସେବା କରିବ, ତେବେ ସେ ତୁମ୍ଭମାନଙ୍କ ପ୍ରତି ଫେରି ଅମଙ୍ଗଳ କରିବେ, ପୁଣି ତୁମ୍ଭମାନଙ୍କର ମଙ୍ଗଳ କରିଥିଲେ ହେଁ ତୁମ୍ଭମାନଙ୍କୁ ସଂହାର କରିବେ।”

21ତହୁଁ ଲୋକମାନେ ଯିହୋଶୂୟଙ୍କୁ କହିଲେ, “ନାହିଁ; ମାତ୍ର ଆମ୍ଭେମାନେ ସଦାପ୍ରଭୁଙ୍କର ସେବା କରିବା।”

22ତେବେ ଯିହୋଶୂୟ ଲୋକମାନଙ୍କୁ କହିଲେ, “ତୁମ୍ଭେମାନେ ଯେ ସଦାପ୍ରଭୁଙ୍କ ସେବା କରିବା ନିମନ୍ତେ ତାହାଙ୍କୁ ଆପଣା ଆପଣା ପାଇଁ ମନୋନୀତ କରିଅଛ, ଏ ବିଷୟରେ ତୁମ୍ଭେମାନେ ନିଜେ ନିଜେ ଆପଣାମାନଙ୍କ ପ୍ରତିକୂଳରେ ସାକ୍ଷୀ।” ତହିଁରେ ସେମାନେ କହିଲେ, “ଆମ୍ଭେମାନେ ସାକ୍ଷୀ।”

23ସେ କହିଲେ, “ତେବେ ତୁମ୍ଭମାନଙ୍କ ମଧ୍ୟରେ ଯେଉଁ ବିଦେଶୀୟ ଦେବତାମାନେ ଅଛନ୍ତି, ସେମାନଙ୍କୁ ଏବେ ବାହାର କରିଦିଅ, ପୁଣି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱରଙ୍କ ଆଡ଼କୁ ଆପଣା ଆପଣା ହୃଦୟ ଡେର।”

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.