24ତହିଁରେ ଲୋକମାନେ ଯିହୋଶୂୟଙ୍କୁ କହିଲେ, “ସଦାପ୍ରଭୁ ଆମ୍ଭମାନଙ୍କର ପରମେଶ୍ୱରଙ୍କ ସେବା ଆମ୍ଭେମାନେ କରିବୁ ଓ ତାହାଙ୍କ ରବ ଶୁଣିବୁ।”
25ତହିଁରେ ଯିହୋଶୂୟ ସେହି ଦିନ ଲୋକମାନଙ୍କ ସହିତ ନିୟମ ସ୍ଥିର କରି ଶିଖିମରେ ସେମାନଙ୍କ ନିମନ୍ତେ ବିଧି ଓ ଶାସନ ସ୍ଥାପନ କଲେ।
26ଏଥିଉତ୍ତାରେ ଯିହୋଶୂୟ ସେହି ସକଳ କଥା ପରମେଶ୍ୱରଙ୍କ ବ୍ୟବସ୍ଥା ଗ୍ରନ୍ଥରେ ଲେଖିଲେ ଓ ଏକ ବୃହତ ପ୍ରସ୍ତର ନେଇ ସଦାପ୍ରଭୁଙ୍କ ପବିତ୍ର ଆବାସର ନିକଟବର୍ତ୍ତୀ ଅଲୋନ ବୃକ୍ଷ ମୂଳେ ସ୍ଥାପନ କଲେ।
27ତହୁଁ ଯିହୋଶୂୟ ସମସ୍ତ ଲୋକଙ୍କୁ କହିଲେ, “ଦେଖ, ଏହି ପ୍ରସ୍ତର ଆମ୍ଭମାନଙ୍କ ପ୍ରତିକୂଳରେ ସାକ୍ଷୀ ହେବ; କାରଣ ସଦାପ୍ରଭୁ ଆମ୍ଭମାନଙ୍କୁ ଯାହା ଯାହା କହିଲେ, ସେସବୁ କଥା ଏ ଶୁଣିଅଛି; ଏହେତୁ ତୁମ୍ଭେମାନେ ଯେପରି ଆପଣାମାନଙ୍କ ପରମେଶ୍ୱରଙ୍କୁ ଅସ୍ୱୀକାର ନ କର, ଏଥିପାଇଁ ଏ ତୁମ୍ଭମାନଙ୍କ ପ୍ରତିକୂଳରେ ସାକ୍ଷୀ ହେବ।”
28ଏଉତ୍ତାରେ ଯିହୋଶୂୟ ଲୋକମାନଙ୍କର ପ୍ରତି ଜଣକୁ ଆପଣା ଆପଣା ଅଧିକାରକୁ ଯିବା ପାଇଁ ବିଦାୟ କଲେ।