ଯିହୋଶୂୟ 24

ଏଉତ୍ତାରେ ଯିହୋଶୂୟ ଲୋକମାନଙ୍କର ପ୍ରତି ଜଣକୁ ଆପଣା ଆପଣା ଅଧିକାରକୁ ଯିବା ପାଇଁ ବିଦାୟ କଲେ।

Joshua 24:28 (UKJV) So Joshua let the people depart, every man unto his inheritance.

26ଏଥିଉତ୍ତାରେ ଯିହୋଶୂୟ ସେହି ସକଳ କଥା ପରମେଶ୍ୱରଙ୍କ ବ୍ୟବସ୍ଥା ଗ୍ରନ୍ଥରେ ଲେଖିଲେ ଓ ଏକ ବୃହତ ପ୍ରସ୍ତର ନେଇ ସଦାପ୍ରଭୁଙ୍କ ପବିତ୍ର ଆବାସର ନିକଟବର୍ତ୍ତୀ ଅଲୋନ ବୃକ୍ଷ ମୂଳେ ସ୍ଥାପନ କଲେ।

27ତହୁଁ ଯିହୋଶୂୟ ସମସ୍ତ ଲୋକଙ୍କୁ କହିଲେ, “ଦେଖ, ଏହି ପ୍ରସ୍ତର ଆମ୍ଭମାନଙ୍କ ପ୍ରତିକୂଳରେ ସାକ୍ଷୀ ହେବ; କାରଣ ସଦାପ୍ରଭୁ ଆମ୍ଭମାନଙ୍କୁ ଯାହା ଯାହା କହିଲେ, ସେସବୁ କଥା ଏ ଶୁଣିଅଛି; ଏହେତୁ ତୁମ୍ଭେମାନେ ଯେପରି ଆପଣାମାନଙ୍କ ପରମେଶ୍ୱରଙ୍କୁ ଅସ୍ୱୀକାର ନ କର, ଏଥିପାଇଁ ଏ ତୁମ୍ଭମାନଙ୍କ ପ୍ରତିକୂଳରେ ସାକ୍ଷୀ ହେବ।”

28ଏଉତ୍ତାରେ ଯିହୋଶୂୟ ଲୋକମାନଙ୍କର ପ୍ରତି ଜଣକୁ ଆପଣା ଆପଣା ଅଧିକାରକୁ ଯିବା ପାଇଁ ବିଦାୟ କଲେ।

29ଏହିସବୁ ଘଟଣା ଉତ୍ତାରେ ସଦାପ୍ରଭୁଙ୍କ ସେବକ ନୂନର ପୁତ୍ର ଯିହୋଶୂୟ ଏକ ଶହ ଦଶ ବର୍ଷ ବୟସ୍କ ହୋଇ ମଲେ।

30ତହିଁରେ ଲୋକମାନେ ଗାଶ୍‍-ପର୍ବତର ଉତ୍ତର ପାର୍ଶ୍ୱରେ ଇଫ୍ରୟିମର ପର୍ବତମୟ ଦେଶସ୍ଥ ତିମ୍ନାତ୍‍ସେରହରେ ତାଙ୍କର ଅଧିକାର-ସୀମା ମଧ୍ୟରେ ତାଙ୍କୁ କବର ଦେଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.