27ତହୁଁ ଯିହୋଶୂୟ ସମସ୍ତ ଲୋକଙ୍କୁ କହିଲେ, “ଦେଖ, ଏହି ପ୍ରସ୍ତର ଆମ୍ଭମାନଙ୍କ ପ୍ରତିକୂଳରେ ସାକ୍ଷୀ ହେବ; କାରଣ ସଦାପ୍ରଭୁ ଆମ୍ଭମାନଙ୍କୁ ଯାହା ଯାହା କହିଲେ, ସେସବୁ କଥା ଏ ଶୁଣିଅଛି; ଏହେତୁ ତୁମ୍ଭେମାନେ ଯେପରି ଆପଣାମାନଙ୍କ ପରମେଶ୍ୱରଙ୍କୁ ଅସ୍ୱୀକାର ନ କର, ଏଥିପାଇଁ ଏ ତୁମ୍ଭମାନଙ୍କ ପ୍ରତିକୂଳରେ ସାକ୍ଷୀ ହେବ।”
28ଏଉତ୍ତାରେ ଯିହୋଶୂୟ ଲୋକମାନଙ୍କର ପ୍ରତି ଜଣକୁ ଆପଣା ଆପଣା ଅଧିକାରକୁ ଯିବା ପାଇଁ ବିଦାୟ କଲେ।
29ଏହିସବୁ ଘଟଣା ଉତ୍ତାରେ ସଦାପ୍ରଭୁଙ୍କ ସେବକ ନୂନର ପୁତ୍ର ଯିହୋଶୂୟ ଏକ ଶହ ଦଶ ବର୍ଷ ବୟସ୍କ ହୋଇ ମଲେ।
30ତହିଁରେ ଲୋକମାନେ ଗାଶ୍-ପର୍ବତର ଉତ୍ତର ପାର୍ଶ୍ୱରେ ଇଫ୍ରୟିମର ପର୍ବତମୟ ଦେଶସ୍ଥ ତିମ୍ନାତ୍ସେରହରେ ତାଙ୍କର ଅଧିକାର-ସୀମା ମଧ୍ୟରେ ତାଙ୍କୁ କବର ଦେଲେ।
31ଯିହୋଶୂୟଙ୍କର ଜୀବନଯାଏ ଓ ଯେଉଁ ପ୍ରାଚୀନମାନେ ଇସ୍ରାଏଲ ପକ୍ଷରେ ସଦାପ୍ରଭୁଙ୍କ କୃତ ସମସ୍ତ କାର୍ଯ୍ୟ ଜ୍ଞାତ ଥିଲେ, ସେମାନଙ୍କ ମଧ୍ୟରୁ ଯିହୋଶୂୟଙ୍କ ଉତ୍ତାରେ ଯେଉଁମାନେ ଜୀବିତ ଥିଲେ, ସେମାନଙ୍କ ଜୀବନଯାଏ ଇସ୍ରାଏଲ ସଦାପ୍ରଭୁଙ୍କର ସେବା କଲେ।