ଯିହୋଶୂୟ 24

ଏଉତ୍ତାରେ ଆମ୍ଭେ ମୋଶା ଓ ହାରୋଣକୁ ପଠାଇଲୁ ଓ ମିସର ମଧ୍ୟରେ ଯେଉଁ କାର୍ଯ୍ୟ କଲୁ, ତଦ୍ଦ୍ୱାରା ତାହାକୁ ଦଣ୍ଡ ଦେଲୁ; ତହିଁ ଉତ୍ତାରେ ଆମ୍ଭେ ତୁମ୍ଭମାନଙ୍କୁ ବାହାର କରି ଆଣିଲୁ।

Joshua 24:5 (UKJV) I sent Moses also and Aaron, and I plagued Egypt, according to that which I did among them: and afterward I brought you out.

3ତହିଁରେ ଆମ୍ଭେ ତୁମ୍ଭମାନଙ୍କ ପୂର୍ବପୁରୁଷ ଅବ୍ରହାମଙ୍କୁ ସେହି ନଦୀ ସେପାରିରୁ ନେଇ କିଣାନ ଦେଶର ସର୍ବତ୍ର ଭ୍ରମଣ କରାଇଲୁ ଓ ତାହାର ବଂଶକୁ ବହୁପ୍ରଜ କଲୁ ଓ ତାହାକୁ ଇସ୍‌ହାକ ଦେଲୁ।

4ଆଉ ଆମ୍ଭେ ଇସ୍‌ହାକକୁ ଯାକୁବ ଓ ଏଷୌ ଦେଲୁ; ପୁଣି ଆମ୍ଭେ ଅଧିକାରାର୍ଥେ ଏଷୌକୁ ସେୟୀର ପର୍ବତ ଦେଲୁ; ଆଉ ଯାକୁବ ଓ ତାହାର ସନ୍ତାନମାନେ ମିସରକୁ ଗଲେ।

5ଏଉତ୍ତାରେ ଆମ୍ଭେ ମୋଶା ଓ ହାରୋଣକୁ ପଠାଇଲୁ ଓ ମିସର ମଧ୍ୟରେ ଯେଉଁ କାର୍ଯ୍ୟ କଲୁ, ତଦ୍ଦ୍ୱାରା ତାହାକୁ ଦଣ୍ଡ ଦେଲୁ; ତହିଁ ଉତ୍ତାରେ ଆମ୍ଭେ ତୁମ୍ଭମାନଙ୍କୁ ବାହାର କରି ଆଣିଲୁ।

6ପୁଣି ଆମ୍ଭେ ମିସରରୁ ତୁମ୍ଭମାନଙ୍କ ପୂର୍ବପୁରୁଷମାନଙ୍କୁ ବାହାର କରି ଆଣିଲୁ; ତହୁଁ ତୁମ୍ଭେମାନେ ସମୁଦ୍ର ନିକଟରେ ଉପସ୍ଥିତ ହେଲ; ସେତେବେଳେ ମିସରୀୟମାନେ ରଥ ଓ ଅଶ୍ୱାରୂଢ଼ ସୈନ୍ୟ ନେଇ ସୂଫ ସାଗର ପର୍ଯ୍ୟନ୍ତ ତୁମ୍ଭମାନଙ୍କ ପୂର୍ବପୁରୁଷମାନଙ୍କ ପଛେ ପଛେ ଗୋଡ଼ାଇଲେ।

7ତହିଁରେ ସେମାନେ ସଦାପ୍ରଭୁଙ୍କୁ ଡାକ ପକାନ୍ତେ, ସେ ତୁମ୍ଭମାନଙ୍କ ଓ ମିସରୀୟମାନଙ୍କ ମଧ୍ୟରେ ଅନ୍ଧକାର ସ୍ଥାପନ କଲେ, ଆଉ ସେମାନଙ୍କ ଉପରକୁ ସମୁଦ୍ର ଆଣି ସେମାନଙ୍କୁ ଆଚ୍ଛନ୍ନ କଲେ; ଆମ୍ଭେ ମିସରରେ ଯାହା କଲୁ; ତାହା ତୁମ୍ଭମାନଙ୍କ ଚକ୍ଷୁ ଦେଖିଲା, ତହିଁ ଉତ୍ତାରେ ତୁମ୍ଭେମାନେ ଅନେକ ଦିନ ପ୍ରାନ୍ତରରେ ବାସ କଲ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.