ଯିହୋଶୂୟ 24

ତେବେ ମୋୟାବ-ରାଜା ସିପ୍ପୋରର ପୁତ୍ର ବାଲାକ ଉଠି ଇସ୍ରାଏଲ ପ୍ରତିକୂଳରେ ଯୁଦ୍ଧ କଲା, ପୁଣି ସେ ଲୋକ ପଠାଇ ତୁମ୍ଭମାନଙ୍କୁ ଶାପ ଦେବା ନିମନ୍ତେ ବିୟୋରର ପୁତ୍ର ବିଲୀୟମ୍‍କୁ ଡକାଇଲା।

Joshua 24:9 (UKJV) Then Balak the son of Zippor, king of Moab, arose and warred against Israel, and sent and called Balaam the son of Beor to curse you:

7ତହିଁରେ ସେମାନେ ସଦାପ୍ରଭୁଙ୍କୁ ଡାକ ପକାନ୍ତେ, ସେ ତୁମ୍ଭମାନଙ୍କ ଓ ମିସରୀୟମାନଙ୍କ ମଧ୍ୟରେ ଅନ୍ଧକାର ସ୍ଥାପନ କଲେ, ଆଉ ସେମାନଙ୍କ ଉପରକୁ ସମୁଦ୍ର ଆଣି ସେମାନଙ୍କୁ ଆଚ୍ଛନ୍ନ କଲେ; ଆମ୍ଭେ ମିସରରେ ଯାହା କଲୁ; ତାହା ତୁମ୍ଭମାନଙ୍କ ଚକ୍ଷୁ ଦେଖିଲା, ତହିଁ ଉତ୍ତାରେ ତୁମ୍ଭେମାନେ ଅନେକ ଦିନ ପ୍ରାନ୍ତରରେ ବାସ କଲ।

8ପୁଣି, ଆମ୍ଭେ ତୁମ୍ଭମାନଙ୍କୁ ଯର୍ଦ୍ଦନ ସେପାରିରେ ବାସକାରୀ ଇମୋରୀୟମାନଙ୍କ ଦେଶକୁ ଆଣିଲୁ; ପୁଣି ସେମାନେ ତୁମ୍ଭମାନଙ୍କ ସଙ୍ଗେ ଯୁଦ୍ଧ କଲେ; ତହିଁରେ ଆମ୍ଭେ ସେମାନଙ୍କୁ ତୁମ୍ଭମାନଙ୍କ ହସ୍ତରେ ସମର୍ପଣ କଲୁ ଓ ତୁମ୍ଭେମାନେ ସେମାନଙ୍କ ଦେଶ ଅଧିକାର କଲ; ଏହିରୂପେ ଆମ୍ଭେ ତୁମ୍ଭମାନଙ୍କ ସାକ୍ଷାତରେ ସେମାନଙ୍କୁ ବିନାଶ କଲୁ।

9ତେବେ ମୋୟାବ-ରାଜା ସିପ୍ପୋରର ପୁତ୍ର ବାଲାକ ଉଠି ଇସ୍ରାଏଲ ପ୍ରତିକୂଳରେ ଯୁଦ୍ଧ କଲା, ପୁଣି ସେ ଲୋକ ପଠାଇ ତୁମ୍ଭମାନଙ୍କୁ ଶାପ ଦେବା ନିମନ୍ତେ ବିୟୋରର ପୁତ୍ର ବିଲୀୟମ୍‍କୁ ଡକାଇଲା।

10ମାତ୍ର ଆମ୍ଭେ ବିଲୀୟମ୍‍ର କଥା ଶୁଣିବାକୁ ଅସମ୍ମତ ହେଲୁ; ତହିଁରେ ସେ ତୁମ୍ଭମାନଙ୍କୁ କେବଳ ଆଶୀର୍ବାଦ କଲା; ଏରୂପେ ଆମ୍ଭେ ତାହା ହସ୍ତରୁ ତୁମ୍ଭମାନଙ୍କୁ ଉଦ୍ଧାର କଲୁ।

11ଏଉତ୍ତାରେ ତୁମ୍ଭେମାନେ ଯର୍ଦ୍ଦନ ପାର ହୋଇ ଯିରୀହୋରେ ଉପସ୍ଥିତ ହେଲ; ତହିଁରେ ଯିରୀହୋ ନିବାସୀମାନେ, ପୁଣି ଇମୋରୀୟ ଓ ପରିଷୀୟ ଓ କିଣାନୀୟ ଓ ହିତ୍ତୀୟ ଓ ଗିର୍ଗାଶୀୟ ଓ ହିବ୍ବୀୟ ଓ ଯିବୂଷୀୟମାନେ ତୁମ୍ଭମାନଙ୍କ ପ୍ରତିକୂଳରେ ଯୁଦ୍ଧ କରନ୍ତେ, ଆମ୍ଭେ ତୁମ୍ଭମାନଙ୍କ ହସ୍ତରେ ସେମାନଙ୍କୁ ସମର୍ପଣ କଲୁ,

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.