ଯିହୋଶୂୟ 3

ଏନିମନ୍ତେ ତୁମ୍ଭେମାନେ ଇସ୍ରାଏଲର ଏକ ବଂଶରୁ ଏକ ଏକ ଜଣ, ଏରୂପେ ବାର ବଂଶରୁ ବାର ଜଣ ଗ୍ରହଣ କର।

Joshua 3:12 (UKJV) Now therefore take you twelve men out of the tribes of Israel, out of every tribe a man.

10ଯିହୋଶୂୟ ଆହୁରି କହିଲେ, ଜୀବିତ ପରମେଶ୍ୱର ଯେ ତୁମ୍ଭମାନଙ୍କ ମଧ୍ୟରେ ଅଛନ୍ତି, ପୁଣି କିଣାନୀୟ ଓ ହିତ୍ତୀୟ ଓ ହିବ୍ବୀୟ ଓ ପରିଷୀୟ ଓ ଗିର୍ଗାଶୀୟ ଓ ଇମୋରୀୟ ଓ ଯିବୂଷୀୟ ଲୋକମାନଙ୍କୁ ଯେ ତୁମ୍ଭମାନଙ୍କ ସମ୍ମୁଖରୁ ନିତାନ୍ତ ତଡ଼ି ଦେବେ, ତାହା ତୁମ୍ଭେମାନେ ଏହା ଦ୍ୱାରା ଜାଣି ପାରିବ।

11ଦେଖ, ସମଗ୍ର ଜଗତର ପ୍ରଭୁଙ୍କ ନିୟମ-ସିନ୍ଦୁକ ତୁମ୍ଭମାନଙ୍କ ସମ୍ମୁଖରେ ଯର୍ଦ୍ଦନକୁ ଯାଉଅଛି।

12ଏନିମନ୍ତେ ତୁମ୍ଭେମାନେ ଇସ୍ରାଏଲର ଏକ ବଂଶରୁ ଏକ ଏକ ଜଣ, ଏରୂପେ ବାର ବଂଶରୁ ବାର ଜଣ ଗ୍ରହଣ କର।

13ସମଗ୍ର ଜଗତର ପ୍ରଭୁ ସଦାପ୍ରଭୁଙ୍କର ସିନ୍ଦୁକ-ବାହକ ଯାଜକମାନଙ୍କ ପଦତଳ ଯର୍ଦ୍ଦନ ଜଳରେ ପ୍ରବିଷ୍ଟ ହେବାମାତ୍ର ସେହି ଯର୍ଦ୍ଦନର ଜଳ, ଅର୍ଥାତ୍‍, ଊର୍ଦ୍ଧ୍ୱସ୍ଥାନରୁ ଯେଉଁ ଜଳ ବହି ଆସୁଅଛି, ତାହା କଟା ହେବ ଓ ତାହା ଏକ ରାଶି ହୋଇ ସ୍ଥଗିତ ହେବ।”

14ସେତେବେଳେ ଲୋକମାନେ ଯର୍ଦ୍ଦନ ପାର ହେବା ନିମନ୍ତେ ଆପଣା ଆପଣା ତମ୍ବୁରୁ ଯାତ୍ରା କରନ୍ତେ, ଯାଜକମାନେ ନିୟମ-ସିନ୍ଦୁକ ବହି ଲୋକମାନଙ୍କ ସମ୍ମୁଖସ୍ଥ ହେଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.