11ଦେଖ, ସମଗ୍ର ଜଗତର ପ୍ରଭୁଙ୍କ ନିୟମ-ସିନ୍ଦୁକ ତୁମ୍ଭମାନଙ୍କ ସମ୍ମୁଖରେ ଯର୍ଦ୍ଦନକୁ ଯାଉଅଛି।
12ଏନିମନ୍ତେ ତୁମ୍ଭେମାନେ ଇସ୍ରାଏଲର ଏକ ବଂଶରୁ ଏକ ଏକ ଜଣ, ଏରୂପେ ବାର ବଂଶରୁ ବାର ଜଣ ଗ୍ରହଣ କର।
13ସମଗ୍ର ଜଗତର ପ୍ରଭୁ ସଦାପ୍ରଭୁଙ୍କର ସିନ୍ଦୁକ-ବାହକ ଯାଜକମାନଙ୍କ ପଦତଳ ଯର୍ଦ୍ଦନ ଜଳରେ ପ୍ରବିଷ୍ଟ ହେବାମାତ୍ର ସେହି ଯର୍ଦ୍ଦନର ଜଳ, ଅର୍ଥାତ୍, ଊର୍ଦ୍ଧ୍ୱସ୍ଥାନରୁ ଯେଉଁ ଜଳ ବହି ଆସୁଅଛି, ତାହା କଟା ହେବ ଓ ତାହା ଏକ ରାଶି ହୋଇ ସ୍ଥଗିତ ହେବ।”
14ସେତେବେଳେ ଲୋକମାନେ ଯର୍ଦ୍ଦନ ପାର ହେବା ନିମନ୍ତେ ଆପଣା ଆପଣା ତମ୍ବୁରୁ ଯାତ୍ରା କରନ୍ତେ, ଯାଜକମାନେ ନିୟମ-ସିନ୍ଦୁକ ବହି ଲୋକମାନଙ୍କ ସମ୍ମୁଖସ୍ଥ ହେଲେ।
15ଆଉ ଯଦ୍ୟପି ଶସ୍ୟଚ୍ଛେଦନର ସମସ୍ତ କାଳ ଯର୍ଦ୍ଦନର ସବୁ-ତୀର ଉପରକୁ ବଢ଼ି ଉଠେ, ତଥାପି ସିନ୍ଦୁକ-ବାହକମାନେ ଯେତେବେଳେ ଯର୍ଦ୍ଦନ ସମୀପରେ ଉପସ୍ଥିତ ହେଲେ, ସେତେବେଳେ ଜଳଧାରରେ ସିନ୍ଦୁକ-ବାହକ ଯାଜକମାନଙ୍କ ପାଦ ଜଳରେ ଡୁବିବା ମାତ୍ର,