ଯିହୋଶୂୟ 3

ସେତେବେଳେ ଲୋକମାନେ ଯର୍ଦ୍ଦନ ପାର ହେବା ନିମନ୍ତେ ଆପଣା ଆପଣା ତମ୍ବୁରୁ ଯାତ୍ରା କରନ୍ତେ, ଯାଜକମାନେ ନିୟମ-ସିନ୍ଦୁକ ବହି ଲୋକମାନଙ୍କ ସମ୍ମୁଖସ୍ଥ ହେଲେ।

Joshua 3:14 (UKJV) And it came to pass, when the people removed from their tents, to pass over Jordan, and the priests bearing the ark of the covenant before the people;

12ଏନିମନ୍ତେ ତୁମ୍ଭେମାନେ ଇସ୍ରାଏଲର ଏକ ବଂଶରୁ ଏକ ଏକ ଜଣ, ଏରୂପେ ବାର ବଂଶରୁ ବାର ଜଣ ଗ୍ରହଣ କର।

13ସମଗ୍ର ଜଗତର ପ୍ରଭୁ ସଦାପ୍ରଭୁଙ୍କର ସିନ୍ଦୁକ-ବାହକ ଯାଜକମାନଙ୍କ ପଦତଳ ଯର୍ଦ୍ଦନ ଜଳରେ ପ୍ରବିଷ୍ଟ ହେବାମାତ୍ର ସେହି ଯର୍ଦ୍ଦନର ଜଳ, ଅର୍ଥାତ୍‍, ଊର୍ଦ୍ଧ୍ୱସ୍ଥାନରୁ ଯେଉଁ ଜଳ ବହି ଆସୁଅଛି, ତାହା କଟା ହେବ ଓ ତାହା ଏକ ରାଶି ହୋଇ ସ୍ଥଗିତ ହେବ।”

14ସେତେବେଳେ ଲୋକମାନେ ଯର୍ଦ୍ଦନ ପାର ହେବା ନିମନ୍ତେ ଆପଣା ଆପଣା ତମ୍ବୁରୁ ଯାତ୍ରା କରନ୍ତେ, ଯାଜକମାନେ ନିୟମ-ସିନ୍ଦୁକ ବହି ଲୋକମାନଙ୍କ ସମ୍ମୁଖସ୍ଥ ହେଲେ।

15ଆଉ ଯଦ୍ୟପି ଶସ୍ୟଚ୍ଛେଦନର ସମସ୍ତ କାଳ ଯର୍ଦ୍ଦନର ସବୁ-ତୀର ଉପରକୁ ବଢ଼ି ଉଠେ, ତଥାପି ସିନ୍ଦୁକ-ବାହକମାନେ ଯେତେବେଳେ ଯର୍ଦ୍ଦନ ସମୀପରେ ଉପସ୍ଥିତ ହେଲେ, ସେତେବେଳେ ଜଳଧାରରେ ସିନ୍ଦୁକ-ବାହକ ଯାଜକମାନଙ୍କ ପାଦ ଜଳରେ ଡୁବିବା ମାତ୍ର,

16ଊର୍ଦ୍ଧ୍ୱରୁ ଆଗତ ସମସ୍ତ ଜଳ ସ୍ଥଗିତ ହୋଇ ସର୍ତ୍ତନ ନିକଟବର୍ତ୍ତୀ ଆଦମ ନଗରଠାରୁ ଅତି ଦୂରରେ ଏକ ରାଶି ହୋଇ ଉଠିଲା; ପୁଣି ପଦାଭୂମିର ସମୁଦ୍ର, ଅର୍ଥାତ୍‍, ଲବଣ ସମୁଦ୍ରଗାମୀ ଜଳ ସମ୍ପୂର୍ଣ୍ଣ ରୂପେ କଟା ହେଲା; ତହିଁରେ ଲୋକମାନେ ଯିରୀହୋ ସମ୍ମୁଖରେ ପାର ହୋଇଗଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.