ଯିହୋଶୂୟ 3

ଆଉ ସଦାପ୍ରଭୁଙ୍କ ନିୟମ-ସିନ୍ଦୁକବାହକ ଯାଜକମାନେ ଯର୍ଦ୍ଦନ ମଧ୍ୟରେ ଶୁଷ୍କ ଭୂମିରେ ସ୍ଥିର ରୂପେ ସ୍ଥଗିତ ରହିଲେ; ତହିଁରେ ସମୁଦାୟ ଇସ୍ରାଏଲ ଗୋଷ୍ଠୀ ନିଃଶେଷ ରୂପେ ଯର୍ଦ୍ଦନ ପାର ହେବା ଯାଏ ସମସ୍ତେ ଶୁଷ୍କ ଭୂମି ଦେଇ ପାର ହୋଇଗଲେ।

Joshua 3:17 (UKJV) And the priests that bare the ark of the covenant of the LORD stood firm on dry ground in the midst of Jordan, and all the Israelites passed over on dry ground, until all the people were passed clean over Jordan.

15ଆଉ ଯଦ୍ୟପି ଶସ୍ୟଚ୍ଛେଦନର ସମସ୍ତ କାଳ ଯର୍ଦ୍ଦନର ସବୁ-ତୀର ଉପରକୁ ବଢ଼ି ଉଠେ, ତଥାପି ସିନ୍ଦୁକ-ବାହକମାନେ ଯେତେବେଳେ ଯର୍ଦ୍ଦନ ସମୀପରେ ଉପସ୍ଥିତ ହେଲେ, ସେତେବେଳେ ଜଳଧାରରେ ସିନ୍ଦୁକ-ବାହକ ଯାଜକମାନଙ୍କ ପାଦ ଜଳରେ ଡୁବିବା ମାତ୍ର,

16ଊର୍ଦ୍ଧ୍ୱରୁ ଆଗତ ସମସ୍ତ ଜଳ ସ୍ଥଗିତ ହୋଇ ସର୍ତ୍ତନ ନିକଟବର୍ତ୍ତୀ ଆଦମ ନଗରଠାରୁ ଅତି ଦୂରରେ ଏକ ରାଶି ହୋଇ ଉଠିଲା; ପୁଣି ପଦାଭୂମିର ସମୁଦ୍ର, ଅର୍ଥାତ୍‍, ଲବଣ ସମୁଦ୍ରଗାମୀ ଜଳ ସମ୍ପୂର୍ଣ୍ଣ ରୂପେ କଟା ହେଲା; ତହିଁରେ ଲୋକମାନେ ଯିରୀହୋ ସମ୍ମୁଖରେ ପାର ହୋଇଗଲେ।

17ଆଉ ସଦାପ୍ରଭୁଙ୍କ ନିୟମ-ସିନ୍ଦୁକବାହକ ଯାଜକମାନେ ଯର୍ଦ୍ଦନ ମଧ୍ୟରେ ଶୁଷ୍କ ଭୂମିରେ ସ୍ଥିର ରୂପେ ସ୍ଥଗିତ ରହିଲେ; ତହିଁରେ ସମୁଦାୟ ଇସ୍ରାଏଲ ଗୋଷ୍ଠୀ ନିଃଶେଷ ରୂପେ ଯର୍ଦ୍ଦନ ପାର ହେବା ଯାଏ ସମସ୍ତେ ଶୁଷ୍କ ଭୂମି ଦେଇ ପାର ହୋଇଗଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.