ଯିହୋଶୂୟ 3

ତହୁଁ ତିନି ଦିନ ଉତ୍ତାରେ ଅଧ୍ୟକ୍ଷମାନେ ଛାଉଣି ମଧ୍ୟଦେଇ ଗଲେ;

Joshua 3:2 (UKJV) And it came to pass after three days, that the officers went through the host;

1ଏଥିଉତ୍ତାରେ ଯିହୋଶୂୟ ଅତି ପ୍ରଭାତରେ ଉଠିଲେ; ପୁଣି ସେ ଓ ଇସ୍ରାଏଲର ସମସ୍ତ ସନ୍ତାନ ଶିଟୀମରୁ ଯାତ୍ରା କରି ଯର୍ଦ୍ଦନରେ ଉପସ୍ଥିତ ହେଲେ; ମାତ୍ର ସେମାନେ ପାର ହେବା ପୂର୍ବେ ସେଠାରେ ବସା କଲେ।

2ତହୁଁ ତିନି ଦିନ ଉତ୍ତାରେ ଅଧ୍ୟକ୍ଷମାନେ ଛାଉଣି ମଧ୍ୟଦେଇ ଗଲେ;

3ପୁଣି ସେମାନେ ଲୋକମାନଙ୍କୁ ଆଜ୍ଞା ଦେଇ କହିଲେ, “ଯେତେବେଳେ ତୁମ୍ଭେମାନେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କ ନିୟମ-ସିନ୍ଦୁକ ଓ ତହିଁର ବାହକ ଲେବୀୟ ଯାଜକମାନଙ୍କୁ ଦେଖିବ, ସେତେବେଳେ ତୁମ୍ଭେମାନେ ଆପଣା ଆପଣା ସ୍ଥାନରୁ ଉଠି ତହିଁର ପଛେ ପଛେ ଗମନ କରିବ।

4ତଥାପି ପରିମାଣାନୁସାରେ ତୁମ୍ଭମାନଙ୍କର ଓ ତାହାର ମଧ୍ୟରେ ପ୍ରାୟ ଦୁଇ ହଜାର ହାତ ଅନ୍ତର ରହିବ; ତୁମ୍ଭେମାନେ ଆପଣାମାନଙ୍କ ଗମନର ପଥ ଜାଣିବା ନିମନ୍ତେ ତାହା ନିକଟକୁ ଆସିବ ନାହିଁ, କାରଣ ଏଥିପୂର୍ବେ ତୁମ୍ଭେମାନେ ଏହି ପଥ ପାର ହୋଇଯାଇ ନାହଁ।”

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.