ଯିହୋଶୂୟ 3

ଏଥିଉତ୍ତାରେ ଯିହୋଶୂୟ ଲୋକମାନଙ୍କୁ କହିଲେ, “ତୁମ୍ଭେମାନେ ଆପଣା ଆପଣାକୁ ପବିତ୍ର କର, କାରଣ କାଲି ସଦାପ୍ରଭୁ ତୁମ୍ଭମାନଙ୍କ ମଧ୍ୟରେ ଆଶ୍ଚର୍ଯ୍ୟକ୍ରିୟା କରିବେ।”

Joshua 3:5 (UKJV) And Joshua said unto the people, Sanctify yourselves: in order to morrow the LORD will do wonders among you.

3ପୁଣି ସେମାନେ ଲୋକମାନଙ୍କୁ ଆଜ୍ଞା ଦେଇ କହିଲେ, “ଯେତେବେଳେ ତୁମ୍ଭେମାନେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କ ନିୟମ-ସିନ୍ଦୁକ ଓ ତହିଁର ବାହକ ଲେବୀୟ ଯାଜକମାନଙ୍କୁ ଦେଖିବ, ସେତେବେଳେ ତୁମ୍ଭେମାନେ ଆପଣା ଆପଣା ସ୍ଥାନରୁ ଉଠି ତହିଁର ପଛେ ପଛେ ଗମନ କରିବ।

4ତଥାପି ପରିମାଣାନୁସାରେ ତୁମ୍ଭମାନଙ୍କର ଓ ତାହାର ମଧ୍ୟରେ ପ୍ରାୟ ଦୁଇ ହଜାର ହାତ ଅନ୍ତର ରହିବ; ତୁମ୍ଭେମାନେ ଆପଣାମାନଙ୍କ ଗମନର ପଥ ଜାଣିବା ନିମନ୍ତେ ତାହା ନିକଟକୁ ଆସିବ ନାହିଁ, କାରଣ ଏଥିପୂର୍ବେ ତୁମ୍ଭେମାନେ ଏହି ପଥ ପାର ହୋଇଯାଇ ନାହଁ।”

5ଏଥିଉତ୍ତାରେ ଯିହୋଶୂୟ ଲୋକମାନଙ୍କୁ କହିଲେ, “ତୁମ୍ଭେମାନେ ଆପଣା ଆପଣାକୁ ପବିତ୍ର କର, କାରଣ କାଲି ସଦାପ୍ରଭୁ ତୁମ୍ଭମାନଙ୍କ ମଧ୍ୟରେ ଆଶ୍ଚର୍ଯ୍ୟକ୍ରିୟା କରିବେ।”

6ପୁଣି ଯିହୋଶୂୟ ଯାଜକମାନଙ୍କୁ କହିଲେ, “ନିୟମ-ସିନ୍ଦୁକ ଘେନି ଲୋକମାନଙ୍କ ଆଗେ ଆଗେ ଗମନ କର।” ତହିଁରେ ସେମାନେ ନିୟମ-ସିନ୍ଦୁକ ଘେନି ଲୋକମାନଙ୍କ ଆଗେ ଆଗେ ଗମନ କଲେ।

7ଏଥିରେ ସଦାପ୍ରଭୁ ଯିହୋଶୂୟଙ୍କୁ କହିଲେ, “ଆମ୍ଭେ ଆଜି ଦିନ ସମୁଦାୟ ଇସ୍ରାଏଲଙ୍କ ସାକ୍ଷାତରେ ତୁମ୍ଭକୁ ସମ୍ଭ୍ରାନ୍ତ କରିବାକୁ ଆରମ୍ଭ କରିବା, ତହିଁରେ ଆମ୍ଭେ ଯେପରି ମୋଶା ସଙ୍ଗରେ ଥିଲୁ, ସେହିପରି ତୁମ୍ଭ ସଙ୍ଗରେ ହେବା, ଏହା ସେମାନେ ଜ୍ଞାତ ହେବେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.