8ଏଉତ୍ତାରେ ଇସ୍ରାଏଲ-ସନ୍ତାନଗଣ ଯିହୋଶୂୟଙ୍କର ଆଜ୍ଞାନୁସାରେ କର୍ମ କଲେ, ସଦାପ୍ରଭୁ ଯିହୋଶୂୟଙ୍କୁ ଯେପରି କହିଥିଲେ, ସେପରି ସେମାନେ ଇସ୍ରାଏଲ-ସନ୍ତାନଗଣର ବଂଶର ସଂଖ୍ୟାନୁସାରେ ଯର୍ଦ୍ଦନ ମଧ୍ୟରୁ ବାରଗୋଟି ପ୍ରସ୍ତର ଉଠାଇ ଆପଣାମାନଙ୍କ ସଙ୍ଗେ ସେପାରିକି ନେଇ ବସା କରିବା ସ୍ଥାନରେ ରଖିଲେ।
9ଆହୁରି ଯେଉଁ ସ୍ଥାନରେ ନିୟମ-ସିନ୍ଦୁକବାହକ ଯାଜକଗଣର ଚରଣ ସ୍ଥଗିତ ଥିଲା, ଯର୍ଦ୍ଦନର ସେହି ସ୍ଥାନରେ ଯିହୋଶୂୟ ବାରଗୋଟି ପ୍ରସ୍ତର ସ୍ଥାପନ କଲେ; ସେସବୁ ଆଜି ପର୍ଯ୍ୟନ୍ତ ସେହି ସ୍ଥାନରେ ଅଛି।
10ପୁଣି ଯିହୋଶୂୟଙ୍କ ପ୍ରତି ମୋଶାଙ୍କର ଆଦେଶାନୁସାରେ ଯେସମସ୍ତ କଥା ଲୋକମାନଙ୍କୁ କହିବା ପାଇଁ ସଦାପ୍ରଭୁ ଯିହୋଶୂୟଙ୍କୁ ଆଜ୍ଞା ଦେଇଥିଲେ, ସେସବୁର ସମାପ୍ତି ପର୍ଯ୍ୟନ୍ତ ସିନ୍ଦୁକ-ବାହକ ଯାଜକଗଣ ଯର୍ଦ୍ଦନ ମଧ୍ୟରେ ସ୍ଥଗିତ ହୋଇ ରହିଲେ, ଆଉ ଲୋକମାନେ ଶୀଘ୍ର ପାର ହୋଇଗଲେ।
11ଏହିରୂପେ ସମସ୍ତ ଲୋକ ସମ୍ପୂର୍ଣ୍ଣ ରୂପେ ପାର ହେଲା ଉତ୍ତାରେ ସଦାପ୍ରଭୁଙ୍କ ସିନ୍ଦୁକ ଓ ଯାଜକଗଣ ଲୋକମାନଙ୍କ ସମ୍ମୁଖରେ ପାର ହୋଇଗଲେ।
12ସେସମୟରେ ରୁବେନ୍ର ସନ୍ତାନଗଣ ଓ ଗାଦ୍ର ସନ୍ତାନଗଣ ଓ ମନଃଶିର ଅର୍ଦ୍ଧ ବଂଶ, ଆପଣାମାନଙ୍କ ପ୍ରତି ମୋଶାଙ୍କର ବାକ୍ୟାନୁସାରେ ସସଜ୍ଜ ହୋଇ ଇସ୍ରାଏଲ-ସନ୍ତାନଗଣ ସମ୍ମୁଖରେ ପାର ହୋଇଗଲେ;