ଯିହୋଶୂୟ 4

ଏହିରୂପେ ସମସ୍ତ ଲୋକ ସମ୍ପୂର୍ଣ୍ଣ ରୂପେ ପାର ହେଲା ଉତ୍ତାରେ ସଦାପ୍ରଭୁଙ୍କ ସିନ୍ଦୁକ ଓ ଯାଜକଗଣ ଲୋକମାନଙ୍କ ସମ୍ମୁଖରେ ପାର ହୋଇଗଲେ।

Joshua 4:11 (UKJV) And it came to pass, when all the people were clean passed over, that the ark of the LORD passed over, and the priests, in the presence of the people.

9ଆହୁରି ଯେଉଁ ସ୍ଥାନରେ ନିୟମ-ସିନ୍ଦୁକବାହକ ଯାଜକଗଣର ଚରଣ ସ୍ଥଗିତ ଥିଲା, ଯର୍ଦ୍ଦନର ସେହି ସ୍ଥାନରେ ଯିହୋଶୂୟ ବାରଗୋଟି ପ୍ରସ୍ତର ସ୍ଥାପନ କଲେ; ସେସବୁ ଆଜି ପର୍ଯ୍ୟନ୍ତ ସେହି ସ୍ଥାନରେ ଅଛି।

10ପୁଣି ଯିହୋଶୂୟଙ୍କ ପ୍ରତି ମୋଶାଙ୍କର ଆଦେଶାନୁସାରେ ଯେସମସ୍ତ କଥା ଲୋକମାନଙ୍କୁ କହିବା ପାଇଁ ସଦାପ୍ରଭୁ ଯିହୋଶୂୟଙ୍କୁ ଆଜ୍ଞା ଦେଇଥିଲେ, ସେସବୁର ସମାପ୍ତି ପର୍ଯ୍ୟନ୍ତ ସିନ୍ଦୁକ-ବାହକ ଯାଜକଗଣ ଯର୍ଦ୍ଦନ ମଧ୍ୟରେ ସ୍ଥଗିତ ହୋଇ ରହିଲେ, ଆଉ ଲୋକମାନେ ଶୀଘ୍ର ପାର ହୋଇଗଲେ।

11ଏହିରୂପେ ସମସ୍ତ ଲୋକ ସମ୍ପୂର୍ଣ୍ଣ ରୂପେ ପାର ହେଲା ଉତ୍ତାରେ ସଦାପ୍ରଭୁଙ୍କ ସିନ୍ଦୁକ ଓ ଯାଜକଗଣ ଲୋକମାନଙ୍କ ସମ୍ମୁଖରେ ପାର ହୋଇଗଲେ।

12ସେସମୟରେ ରୁବେନ୍‍ର ସନ୍ତାନଗଣ ଓ ଗାଦ୍‍ର ସନ୍ତାନଗଣ ଓ ମନଃଶିର ଅର୍ଦ୍ଧ ବଂଶ, ଆପଣାମାନଙ୍କ ପ୍ରତି ମୋଶାଙ୍କର ବାକ୍ୟାନୁସାରେ ସସଜ୍ଜ ହୋଇ ଇସ୍ରାଏଲ-ସନ୍ତାନଗଣ ସମ୍ମୁଖରେ ପାର ହୋଇଗଲେ;

13ଯୁଦ୍ଧ ନିମନ୍ତେ ପ୍ରସ୍ତୁତ ପ୍ରାୟ ଚାଳିଶ ସହସ୍ର ଲୋକ ଯୁଦ୍ଧ କରିବା ପାଇଁ ସଦାପ୍ରଭୁଙ୍କ ସମ୍ମୁଖରେ ପାର ହୋଇ ଯିରୀହୋ-ପଦାକୁ ଗଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.