12ସେସମୟରେ ରୁବେନ୍ର ସନ୍ତାନଗଣ ଓ ଗାଦ୍ର ସନ୍ତାନଗଣ ଓ ମନଃଶିର ଅର୍ଦ୍ଧ ବଂଶ, ଆପଣାମାନଙ୍କ ପ୍ରତି ମୋଶାଙ୍କର ବାକ୍ୟାନୁସାରେ ସସଜ୍ଜ ହୋଇ ଇସ୍ରାଏଲ-ସନ୍ତାନଗଣ ସମ୍ମୁଖରେ ପାର ହୋଇଗଲେ;
13ଯୁଦ୍ଧ ନିମନ୍ତେ ପ୍ରସ୍ତୁତ ପ୍ରାୟ ଚାଳିଶ ସହସ୍ର ଲୋକ ଯୁଦ୍ଧ କରିବା ପାଇଁ ସଦାପ୍ରଭୁଙ୍କ ସମ୍ମୁଖରେ ପାର ହୋଇ ଯିରୀହୋ-ପଦାକୁ ଗଲେ।
14ସେଦିନ ସଦାପ୍ରଭୁ ସମସ୍ତ ଇସ୍ରାଏଲ ସାକ୍ଷାତରେ ଯିହୋଶୂୟଙ୍କୁ ସମ୍ଭ୍ରାନ୍ତ କଲେ; ତହିଁରେ ଲୋକମାନେ ଯେପରି ମୋଶାଙ୍କୁ ଭୟ କରିଥିଲେ, ସେପରି ତାଙ୍କର ଯାବଜ୍ଜୀବନ ତାଙ୍କୁ ଭୟ କଲେ।
15ତହୁଁ ସଦାପ୍ରଭୁ ଯିହୋଶୂୟଙ୍କୁ କହିଲେ,
16“ସାକ୍ଷ୍ୟ-ସିନ୍ଦୁକବାହୀ ଯାଜକମାନଙ୍କୁ ଯର୍ଦ୍ଦନରୁ ଉଠି ଆସିବାକୁ ଆଜ୍ଞା ଦିଅ।”