17ଏଣୁ ଯିହୋଶୂୟ ଯାଜକମାନଙ୍କୁ ଆଜ୍ଞା ଦେଇ କହିଲେ, “ତୁମ୍ଭେମାନେ ଯର୍ଦ୍ଦନରୁ ଉଠି ଆସ।”
18ଏଥିରେ ସଦାପ୍ରଭୁଙ୍କ ନିୟମ-ସିନ୍ଦୁକବାହୀ ଯାଜକମାନେ ଯର୍ଦ୍ଦନ ମଧ୍ୟରୁ ଉଠି ଆସିବା ସମୟରେ, ଯାଜକମାନେ ଶୁଷ୍କ ଭୂମିକୁ ତଳିପା ଉଠାନ୍ତେ, ଯର୍ଦ୍ଦନର ଜଳସମୂହ ସ୍ୱ ସ୍ୱ ସ୍ଥାନକୁ ଫେରିଆସି ପୂର୍ବ ପରି ସମସ୍ତ ତୀରମାନଙ୍କ ଉପରେ ଉଠିଲା।
19ଏହିରୂପେ ଲୋକମାନେ ପ୍ରଥମ ମାସର ଦଶମ ଦିନରେ ଯର୍ଦ୍ଦନରୁ ଉଠି ଆସି ଯିରୀହୋର ପୂର୍ବସୀମାସ୍ଥିତ ଗିଲ୍ଗଲ୍ରେ ଛାଉଣି ସ୍ଥାପନ କଲେ।
20ଆଉ ଲୋକମାନେ ଯର୍ଦ୍ଦନରୁ ଯେଉଁ ବାର ପ୍ରସ୍ତର ନେଇଥିଲେ, ଯିହୋଶୂୟ ତାହାସବୁ ଗିଲ୍ଗଲ୍ରେ ସ୍ଥାପନ କଲେ।
21ପୁଣି ସେ ଇସ୍ରାଏଲ-ସନ୍ତାନଗଣକୁ କହିଲେ, “ଏସବୁ ପଥର କଅଣ? ଭବିଷ୍ୟତ କାଳରେ ତୁମ୍ଭମାନଙ୍କ ସନ୍ତାନଗଣ ଆପଣା ଆପଣା ପିତୃଗଣକୁ ଏହା ପଚାରିଲେ,