ଯିହୋଶୂୟ 4

ତୁମ୍ଭେମାନେ ଆପଣା ଆପଣା ସନ୍ତାନମାନଙ୍କୁ ଜଣାଇବ, ଇସ୍ରାଏଲ ଶୁଷ୍କ ଭୂମି ଦେଇ ଏହି ଯର୍ଦ୍ଦନ ପାର ହୋଇ ଆସିଥିଲେ।

Joshua 4:22 (UKJV) Then all of you shall let your children know, saying, Israel came over this Jordan on dry land.

20ଆଉ ଲୋକମାନେ ଯର୍ଦ୍ଦନରୁ ଯେଉଁ ବାର ପ୍ରସ୍ତର ନେଇଥିଲେ, ଯିହୋଶୂୟ ତାହାସବୁ ଗିଲ୍‍ଗଲ୍‍ରେ ସ୍ଥାପନ କଲେ।

21ପୁଣି ସେ ଇସ୍ରାଏଲ-ସନ୍ତାନଗଣକୁ କହିଲେ, “ଏସବୁ ପଥର କଅଣ? ଭବିଷ୍ୟତ କାଳରେ ତୁମ୍ଭମାନଙ୍କ ସନ୍ତାନଗଣ ଆପଣା ଆପଣା ପିତୃଗଣକୁ ଏହା ପଚାରିଲେ,

22ତୁମ୍ଭେମାନେ ଆପଣା ଆପଣା ସନ୍ତାନମାନଙ୍କୁ ଜଣାଇବ, ଇସ୍ରାଏଲ ଶୁଷ୍କ ଭୂମି ଦେଇ ଏହି ଯର୍ଦ୍ଦନ ପାର ହୋଇ ଆସିଥିଲେ।

23କାରଣ ଆମ୍ଭେମାନେ ପାର ହେବା ଯାଏ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ସୂଫ ସାଗର ପ୍ରତି ଯେପରି କରି ଆମ୍ଭମାନଙ୍କ ସମ୍ମୁଖରୁ ତାହା ଶୁଷ୍କ କରିଥିଲେ, ସେପରି ତୁମ୍ଭେମାନେ ପାର ହେବା ଯାଏ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ତୁମ୍ଭମାନଙ୍କ ସମ୍ମୁଖରୁ ଯର୍ଦ୍ଦନ-ଜଳ ଶୁଷ୍କ କଲେ;

24(ଏଥିର ଅଭିପ୍ରାୟ ଏହି), ଯେପରି ପୃଥିବୀସ୍ଥ ସମୁଦାୟ ଲୋକ ସଦାପ୍ରଭୁଙ୍କ ହସ୍ତ ବଳବାନ ବୋଲି ଜାଣି ପାରିବେ, ପୁଣି ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କୁ ସର୍ବଦା ଭୟ କରି ପାରିବେ।”

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.