ଯିହୋଶୂୟ 4

ପୁଣି ଯିହୋଶୂୟ ସେମାନଙ୍କୁ କହିଲେ, “ତୁମ୍ଭେମାନେ ସଦାପ୍ରଭୁ ଆପଣାମାନଙ୍କ ପରମେଶ୍ୱରଙ୍କ ସିନ୍ଦୁକ ସମ୍ମୁଖରେ ଯର୍ଦ୍ଦନ ମଧ୍ୟକୁ ଯାଅ ଓ ତୁମ୍ଭମାନଙ୍କର ପ୍ରତ୍ୟେକ ଜଣ ଇସ୍ରାଏଲ-ସନ୍ତାନଗଣର ବଂଶ ସଂଖ୍ୟାନୁସାରେ ଏକ ଏକ ପଥର ଆପଣା ଆପଣା କାନ୍ଧରେ ଘେନ;

Joshua 4:5 (UKJV) And Joshua said unto them, Pass over before the ark of the LORD your God into the midst of Jordan, and take you up every man of you a stone upon his shoulder, according unto the number of the tribes of the children of Israel:

3ସେମାନଙ୍କୁ ଆଜ୍ଞା ଦେଇ କୁହ, ‘ଯର୍ଦ୍ଦନର ଯେଉଁ ମଧ୍ୟସ୍ଥାନରେ ଯାଜକମାନଙ୍କ ଚରଣ ସ୍ଥିର ହୋଇ ରହିଥିଲା, ସେହି ସ୍ଥାନରୁ ତୁମ୍ଭେମାନେ ବାରଗୋଟି ପ୍ରସ୍ତର ଗ୍ରହଣ କରି ଆପଣାମାନଙ୍କ ସଙ୍ଗେ ସେପାରିକି ନେଇଯାଅ, ପୁଣି ଆଜି ରାତ୍ର ଯେଉଁ ସ୍ଥାନରେ ତୁମ୍ଭେମାନେ ବସା କରିବ, ସେହି ସ୍ଥାନରେ ତାହା ରଖିବ।’”

4ତେବେ ଯିହୋଶୂୟ ଇସ୍ରାଏଲ-ସନ୍ତାନଗଣର ପ୍ରତ୍ୟେକ ବଂଶରୁ ଏକ ଏକ ଜଣ କରି ଯେଉଁ ବାର ଜଣ ନିରୂପଣ କରିଥିଲେ, ସେମାନଙ୍କୁ ଡାକିଲେ;

5ପୁଣି ଯିହୋଶୂୟ ସେମାନଙ୍କୁ କହିଲେ, “ତୁମ୍ଭେମାନେ ସଦାପ୍ରଭୁ ଆପଣାମାନଙ୍କ ପରମେଶ୍ୱରଙ୍କ ସିନ୍ଦୁକ ସମ୍ମୁଖରେ ଯର୍ଦ୍ଦନ ମଧ୍ୟକୁ ଯାଅ ଓ ତୁମ୍ଭମାନଙ୍କର ପ୍ରତ୍ୟେକ ଜଣ ଇସ୍ରାଏଲ-ସନ୍ତାନଗଣର ବଂଶ ସଂଖ୍ୟାନୁସାରେ ଏକ ଏକ ପଥର ଆପଣା ଆପଣା କାନ୍ଧରେ ଘେନ;

6ତାହା ତୁମ୍ଭମାନଙ୍କ ମଧ୍ୟରେ ଚିହ୍ନସ୍ୱରୂପ ହେବ, ପୁଣି ‘ତୁମ୍ଭମାନଙ୍କର ଏସବୁ ପଥର କʼଣ?’ ଭବିଷ୍ୟତ କାଳରେ ତୁମ୍ଭମାନଙ୍କ ସନ୍ତାନଗଣ ଏହା ପଚାରିଲେ,

7ତୁମ୍ଭେମାନେ ସେମାନଙ୍କୁ କହିବ, ‘ସଦାପ୍ରଭୁଙ୍କ ନିୟମ-ସିନ୍ଦୁକ ସମ୍ମୁଖରେ ଯର୍ଦ୍ଦନର ଜଳ କଟା ହୋଇଥିଲା; ତାହା ଯର୍ଦ୍ଦନ ପାର ହେବା ସମୟରେ ଯର୍ଦ୍ଦନର ଜଳ କଟା ହୋଇଥିଲା; ଏହେତୁ ଏହି ପ୍ରସ୍ତରସବୁ ଇସ୍ରାଏଲ-ସନ୍ତାନଗଣ ପ୍ରତି ଅନନ୍ତକାଳଯାଏ ସ୍ମରଣୀୟ ହେବ।’”

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.