1ଏଥିଉତ୍ତାରେ ଆମ୍ଭେମାନେ ପାର ହେବା ପର୍ଯ୍ୟନ୍ତ ସଦାପ୍ରଭୁ ଇସ୍ରାଏଲ-ସନ୍ତାନଗଣ ସମ୍ମୁଖରୁ ଯର୍ଦ୍ଦନ ନଦୀର ଜଳ କିପରି ଶୁଷ୍କ କଲେ, ଏହା ଯେତେବେଳେ ଯର୍ଦ୍ଦନର ପଶ୍ଚିମପାରିସ୍ଥିତ ଇମୋରୀୟ ରାଜାଗଣ ଓ ସମୁଦ୍ର ନିକଟସ୍ଥ କିଣାନୀୟ ରାଜାଗଣ ଶୁଣିଲେ, ସେତେବେଳେ ସେମାନଙ୍କ ହୃଦୟ ତରଳି ଗଲା ଓ ଇସ୍ରାଏଲ ସନ୍ତାନମାନଙ୍କ ମୁଖ ସକାଶୁ ସେମାନଙ୍କଠାରେ ଆତ୍ମା ଆଉ ରହିଲା ନାହିଁ।
2ସେସମୟରେ ସଦାପ୍ରଭୁ ଯିହୋଶୂୟଙ୍କୁ କହିଲେ, “ତୁମ୍ଭେ ଶିଳାର ଛୁରୀମାନ ନିର୍ମାଣ କରି ପୁନର୍ବାର ଦ୍ୱିତୀୟ ଥର ଇସ୍ରାଏଲ-ସନ୍ତାନଗଣକୁ ସୁନ୍ନତ କର।”
3ଏଥିରେ ଯିହୋଶୂୟ ଶିଳା-ଛୁରୀମାନ ନିର୍ମାଣ କରି ତ୍ୱକ୍-ପର୍ବତ ନିକଟରେ ଇସ୍ରାଏଲ-ସନ୍ତାନଗଣର ସୁନ୍ନତ କରାଇଲେ।