8ସେହି ସମସ୍ତ ଗୋଷ୍ଠୀୟ ଲୋକଙ୍କର ସୁନ୍ନତ କାର୍ଯ୍ୟ ସମାପ୍ତ ହେଲା ଉତ୍ତାରେ ସେମାନେ ଛାଉଣି ମଧ୍ୟରେ ଆପଣା ଆପଣା ସ୍ଥାନରେ ସତେଜ ହେବା ପର୍ଯ୍ୟନ୍ତ ରହିଲେ।
9ଏଉତ୍ତାରେ ସଦାପ୍ରଭୁ ଯିହୋଶୂୟଙ୍କୁ କହିଲେ, “ଆଜି ଆମ୍ଭେ ତୁମ୍ଭମାନଙ୍କଠାରୁ ମିସରର ଦୁର୍ନାମ ଘୁଞ୍ଚାଇଲୁ;” ଏହେତୁ ଆଜିଯାଏ ସେହି ସ୍ଥାନର ନାମ ଗିଲ୍ଗଲ୍ ରହିଲା।
10ଇସ୍ରାଏଲ-ସନ୍ତାନଗଣ ଗିଲ୍ଗଲ୍ରେ ଛାଉଣି ସ୍ଥାପନ କଲେ; ପୁଣି ସେମାନେ ସେହି ମାସର ଚତୁର୍ଦ୍ଦଶ ଦିନ ସନ୍ଧ୍ୟା ବେଳେ ଯିରୀହୋ ପଦାରେ ନିସ୍ତାର ପର୍ବ ପାଳନ କଲେ।
11ଆଉ ନିସ୍ତାର ପର୍ବର ପରଦିନ ସେମାନେ ଦେଶର ପୁରାତନ ଶସ୍ୟ ଭୋଜନ କଲେ, ସେହି ଦିନ ତାଡ଼ିଶୂନ୍ୟ ରୁଟି ଓ ଭଜା ଶସ୍ୟ ଖାଇଲେ।
12ପୁଣି ଦେଶର ପୁରାତନ ଶସ୍ୟ ଭୋଜନ କରିବାର ପରଦିନ ମାନ୍ନା ନିବୃତ୍ତ ହେଲା; ତହୁଁ ଇସ୍ରାଏଲ-ସନ୍ତାନଗଣ ଆଉ ମାନ୍ନା ପାଇଲେ ନାହିଁ; ମାତ୍ର ସେମାନେ ସେହି ବର୍ଷ କିଣାନ ଦେଶର ଫଳ ଭୋଜନ କଲେ।