9ଏଉତ୍ତାରେ ସଦାପ୍ରଭୁ ଯିହୋଶୂୟଙ୍କୁ କହିଲେ, “ଆଜି ଆମ୍ଭେ ତୁମ୍ଭମାନଙ୍କଠାରୁ ମିସରର ଦୁର୍ନାମ ଘୁଞ୍ଚାଇଲୁ;” ଏହେତୁ ଆଜିଯାଏ ସେହି ସ୍ଥାନର ନାମ ଗିଲ୍ଗଲ୍ ରହିଲା।
10ଇସ୍ରାଏଲ-ସନ୍ତାନଗଣ ଗିଲ୍ଗଲ୍ରେ ଛାଉଣି ସ୍ଥାପନ କଲେ; ପୁଣି ସେମାନେ ସେହି ମାସର ଚତୁର୍ଦ୍ଦଶ ଦିନ ସନ୍ଧ୍ୟା ବେଳେ ଯିରୀହୋ ପଦାରେ ନିସ୍ତାର ପର୍ବ ପାଳନ କଲେ।
11ଆଉ ନିସ୍ତାର ପର୍ବର ପରଦିନ ସେମାନେ ଦେଶର ପୁରାତନ ଶସ୍ୟ ଭୋଜନ କଲେ, ସେହି ଦିନ ତାଡ଼ିଶୂନ୍ୟ ରୁଟି ଓ ଭଜା ଶସ୍ୟ ଖାଇଲେ।
12ପୁଣି ଦେଶର ପୁରାତନ ଶସ୍ୟ ଭୋଜନ କରିବାର ପରଦିନ ମାନ୍ନା ନିବୃତ୍ତ ହେଲା; ତହୁଁ ଇସ୍ରାଏଲ-ସନ୍ତାନଗଣ ଆଉ ମାନ୍ନା ପାଇଲେ ନାହିଁ; ମାତ୍ର ସେମାନେ ସେହି ବର୍ଷ କିଣାନ ଦେଶର ଫଳ ଭୋଜନ କଲେ।
13ପୁଣି ଯିହୋଶୂୟ ଯିରୀହୋ ନିକଟରେ ଥିବା ବେଳେ ଏପରି ହେଲା ଯେ, ସେ ଚକ୍ଷୁ ମେଲାଇ ଅନାଇଲେ, ଆଉ ଦେଖ, ନିଷ୍କୋଷ ଖଡ୍ଗ ହସ୍ତ ଏକ ପୁରୁଷ ତାଙ୍କ ସମ୍ମୁଖରେ ଛିଡ଼ା ହେଲେ; ଏଥିରେ ଯିହୋଶୂୟ ତାଙ୍କ ନିକଟକୁ ଯାଇ ତାଙ୍କୁ ପଚାରିଲେ, “ତୁମ୍ଭେ ଆମ୍ଭମାନଙ୍କ ପକ୍ଷ କି ଆମ୍ଭମାନଙ୍କ ବିପକ୍ଷମାନଙ୍କ ପକ୍ଷ?”