ଯିହୋଶୂୟ 5

ପୁଣି ଯିହୋଶୂୟ ଯିରୀହୋ ନିକଟରେ ଥିବା ବେଳେ ଏପରି ହେଲା ଯେ, ସେ ଚକ୍ଷୁ ମେଲାଇ ଅନାଇଲେ, ଆଉ ଦେଖ, ନିଷ୍କୋଷ ଖଡ୍ଗ ହସ୍ତ ଏକ ପୁରୁଷ ତାଙ୍କ ସମ୍ମୁଖରେ ଛିଡ଼ା ହେଲେ; ଏଥିରେ ଯିହୋଶୂୟ ତାଙ୍କ ନିକଟକୁ ଯାଇ ତାଙ୍କୁ ପଚାରିଲେ, “ତୁମ୍ଭେ ଆମ୍ଭମାନଙ୍କ ପକ୍ଷ କି ଆମ୍ଭମାନଙ୍କ ବିପକ୍ଷମାନଙ୍କ ପକ୍ଷ?”

Joshua 5:13 (UKJV) And it came to pass, when Joshua was by Jericho, that he lifted up his eyes and looked, and, behold, there stood a man opposite to him with his sword drawn in his hand: and Joshua went unto him, and said unto him, Are you for us, or for our adversaries?

11ଆଉ ନିସ୍ତାର ପର୍ବର ପରଦିନ ସେମାନେ ଦେଶର ପୁରାତନ ଶସ୍ୟ ଭୋଜନ କଲେ, ସେହି ଦିନ ତାଡ଼ିଶୂନ୍ୟ ରୁଟି ଓ ଭଜା ଶସ୍ୟ ଖାଇଲେ।

12ପୁଣି ଦେଶର ପୁରାତନ ଶସ୍ୟ ଭୋଜନ କରିବାର ପରଦିନ ମାନ୍ନା ନିବୃତ୍ତ ହେଲା; ତହୁଁ ଇସ୍ରାଏଲ-ସନ୍ତାନଗଣ ଆଉ ମାନ୍ନା ପାଇଲେ ନାହିଁ; ମାତ୍ର ସେମାନେ ସେହି ବର୍ଷ କିଣାନ ଦେଶର ଫଳ ଭୋଜନ କଲେ।

13ପୁଣି ଯିହୋଶୂୟ ଯିରୀହୋ ନିକଟରେ ଥିବା ବେଳେ ଏପରି ହେଲା ଯେ, ସେ ଚକ୍ଷୁ ମେଲାଇ ଅନାଇଲେ, ଆଉ ଦେଖ, ନିଷ୍କୋଷ ଖଡ୍ଗ ହସ୍ତ ଏକ ପୁରୁଷ ତାଙ୍କ ସମ୍ମୁଖରେ ଛିଡ଼ା ହେଲେ; ଏଥିରେ ଯିହୋଶୂୟ ତାଙ୍କ ନିକଟକୁ ଯାଇ ତାଙ୍କୁ ପଚାରିଲେ, “ତୁମ୍ଭେ ଆମ୍ଭମାନଙ୍କ ପକ୍ଷ କି ଆମ୍ଭମାନଙ୍କ ବିପକ୍ଷମାନଙ୍କ ପକ୍ଷ?”

14ତହୁଁ ସେ କହିଲେ, “ନା; ମାତ୍ର ଆମ୍ଭେ ସଦାପ୍ରଭୁଙ୍କ ସୈନ୍ୟର ସେନାପତି, ଏବେ ଆସିଲୁ;” ତହିଁରେ ଯିହୋଶୂୟ ଭୂମିରେ ମୁହଁ ମାଡ଼ି ପଡ଼ି ପ୍ରଣାମ କରି ତାହାଙ୍କୁ କହିଲେ, “ମୋହର ପ୍ରଭୁ ଆପଣା ଦାସକୁ କି ଆଜ୍ଞା ଦେଉଅଛନ୍ତି?”

15ତହୁଁ ସଦାପ୍ରଭୁଙ୍କ ସୈନ୍ୟର ସେନାପତି ଯିହୋଶୂୟଙ୍କୁ କହିଲେ, “ତୁମ୍ଭ ପାଦରୁ ପାଦୁକା କାଢ଼, କାରଣ ଯେଉଁ ସ୍ଥାନରେ ତୁମ୍ଭେ ଠିଆ ହେଉଅଛ, ତାହା ପବିତ୍ର।” ଆଉ ଯିହୋଶୂୟ ସେପରି କଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.