6ମିସରରୁ ନିର୍ଗତ ସମସ୍ତ ଗୋଷ୍ଠୀୟ ଲୋକ, ଯୋଦ୍ଧା ମନୁଷ୍ୟମାନେ, ସଦାପ୍ରଭୁଙ୍କ ରବ ନ ଶୁଣିବା ସକାଶୁ ସେସମସ୍ତଙ୍କ ସଂହାର ପର୍ଯ୍ୟନ୍ତ ଇସ୍ରାଏଲ-ସନ୍ତାନଗଣ ଚାଳିଶ ବର୍ଷ ପ୍ରାନ୍ତରରେ ଭ୍ରମଣ କଲେ; କାରଣ ସଦାପ୍ରଭୁ ଆମ୍ଭମାନଙ୍କୁ ଯେଉଁ ଦେଶ ଦେବା ବିଷୟରେ ସେମାନଙ୍କ ପୂର୍ବପୁରୁଷଗଣ ନିକଟରେ ଶପଥ କରିଥିଲେ, ସଦାପ୍ରଭୁ ସେମାନଙ୍କୁ ସେହି ଦୁଗ୍ଧ ଓ ମଧୁ ପ୍ରବାହୀ ଦେଶ ଦେଖିବାକୁ ଦେବେ ନାହିଁ ବୋଲି ଶପଥ କଲେ।
7ଏଣୁ ସେମାନଙ୍କ ପରିବର୍ତ୍ତେ ସେମାନଙ୍କ ଯେଉଁ ସନ୍ତାନଗଣକୁ ସେ ଉଠାଇଲେ, ଯିହୋଶୂୟ ସେମାନଙ୍କର ସୁନ୍ନତ କରାଇଲେ; ସେମାନେ ଅସୁନ୍ନତ ଥିଲେ, ଯେହେତୁ ପଥ ମଧ୍ୟରେ ସେମାନଙ୍କର ସୁନ୍ନତ କରାଯାଇ ନ ଥିଲା।
8ସେହି ସମସ୍ତ ଗୋଷ୍ଠୀୟ ଲୋକଙ୍କର ସୁନ୍ନତ କାର୍ଯ୍ୟ ସମାପ୍ତ ହେଲା ଉତ୍ତାରେ ସେମାନେ ଛାଉଣି ମଧ୍ୟରେ ଆପଣା ଆପଣା ସ୍ଥାନରେ ସତେଜ ହେବା ପର୍ଯ୍ୟନ୍ତ ରହିଲେ।
9ଏଉତ୍ତାରେ ସଦାପ୍ରଭୁ ଯିହୋଶୂୟଙ୍କୁ କହିଲେ, “ଆଜି ଆମ୍ଭେ ତୁମ୍ଭମାନଙ୍କଠାରୁ ମିସରର ଦୁର୍ନାମ ଘୁଞ୍ଚାଇଲୁ;” ଏହେତୁ ଆଜିଯାଏ ସେହି ସ୍ଥାନର ନାମ ଗିଲ୍ଗଲ୍ ରହିଲା।
10ଇସ୍ରାଏଲ-ସନ୍ତାନଗଣ ଗିଲ୍ଗଲ୍ରେ ଛାଉଣି ସ୍ଥାପନ କଲେ; ପୁଣି ସେମାନେ ସେହି ମାସର ଚତୁର୍ଦ୍ଦଶ ଦିନ ସନ୍ଧ୍ୟା ବେଳେ ଯିରୀହୋ ପଦାରେ ନିସ୍ତାର ପର୍ବ ପାଳନ କଲେ।