ଯିହୋଶୂୟ 5

ଏଉତ୍ତାରେ ସଦାପ୍ରଭୁ ଯିହୋଶୂୟଙ୍କୁ କହିଲେ, “ଆଜି ଆମ୍ଭେ ତୁମ୍ଭମାନଙ୍କଠାରୁ ମିସରର ଦୁର୍ନାମ ଘୁଞ୍ଚାଇଲୁ;” ଏହେତୁ ଆଜିଯାଏ ସେହି ସ୍ଥାନର ନାମ ଗିଲ୍‍ଗଲ୍‍ ରହିଲା।

Joshua 5:9 (UKJV) And the LORD said unto Joshua, This day have I rolled away the reproach of Egypt from off you. Wherefore the name of the place is called Gilgal unto this day.

7ଏଣୁ ସେମାନଙ୍କ ପରିବର୍ତ୍ତେ ସେମାନଙ୍କ ଯେଉଁ ସନ୍ତାନଗଣକୁ ସେ ଉଠାଇଲେ, ଯିହୋଶୂୟ ସେମାନଙ୍କର ସୁନ୍ନତ କରାଇଲେ; ସେମାନେ ଅସୁନ୍ନତ ଥିଲେ, ଯେହେତୁ ପଥ ମଧ୍ୟରେ ସେମାନଙ୍କର ସୁନ୍ନତ କରାଯାଇ ନ ଥିଲା।

8ସେହି ସମସ୍ତ ଗୋଷ୍ଠୀୟ ଲୋକଙ୍କର ସୁନ୍ନତ କାର୍ଯ୍ୟ ସମାପ୍ତ ହେଲା ଉତ୍ତାରେ ସେମାନେ ଛାଉଣି ମଧ୍ୟରେ ଆପଣା ଆପଣା ସ୍ଥାନରେ ସତେଜ ହେବା ପର୍ଯ୍ୟନ୍ତ ରହିଲେ।

9ଏଉତ୍ତାରେ ସଦାପ୍ରଭୁ ଯିହୋଶୂୟଙ୍କୁ କହିଲେ, “ଆଜି ଆମ୍ଭେ ତୁମ୍ଭମାନଙ୍କଠାରୁ ମିସରର ଦୁର୍ନାମ ଘୁଞ୍ଚାଇଲୁ;” ଏହେତୁ ଆଜିଯାଏ ସେହି ସ୍ଥାନର ନାମ ଗିଲ୍‍ଗଲ୍‍ ରହିଲା।

10ଇସ୍ରାଏଲ-ସନ୍ତାନଗଣ ଗିଲ୍‍ଗଲ୍‍ରେ ଛାଉଣି ସ୍ଥାପନ କଲେ; ପୁଣି ସେମାନେ ସେହି ମାସର ଚତୁର୍ଦ୍ଦଶ ଦିନ ସନ୍ଧ୍ୟା ବେଳେ ଯିରୀହୋ ପଦାରେ ନିସ୍ତାର ପର୍ବ ପାଳନ କଲେ।

11ଆଉ ନିସ୍ତାର ପର୍ବର ପରଦିନ ସେମାନେ ଦେଶର ପୁରାତନ ଶସ୍ୟ ଭୋଜନ କଲେ, ସେହି ଦିନ ତାଡ଼ିଶୂନ୍ୟ ରୁଟି ଓ ଭଜା ଶସ୍ୟ ଖାଇଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.