ଯିହୋଶୂୟ 6

(ସେହି ସମୟରେ ଇସ୍ରାଏଲ-ସନ୍ତାନଗଣ ସକାଶୁ ଯିରୀହୋ ରୁଦ୍ଧ ଥିଲା; ଦୃଢ଼ ରୂପେ ରୁଦ୍ଧ ହୋଇଥିଲା; କେହି ବାହାରକୁ ଗଲେ ନାହିଁ ଓ କେହି ଭିତରକୁ ଆସିଲେ ନାହିଁ।)

Joshua 6:1 (UKJV) Now Jericho was strictly shut up because of the children of Israel: none went out, and none came in.

1(ସେହି ସମୟରେ ଇସ୍ରାଏଲ-ସନ୍ତାନଗଣ ସକାଶୁ ଯିରୀହୋ ରୁଦ୍ଧ ଥିଲା; ଦୃଢ଼ ରୂପେ ରୁଦ୍ଧ ହୋଇଥିଲା; କେହି ବାହାରକୁ ଗଲେ ନାହିଁ ଓ କେହି ଭିତରକୁ ଆସିଲେ ନାହିଁ।)

2ତହୁଁ ସଦାପ୍ରଭୁ ଯିହୋଶୂୟଙ୍କୁ କହିଲେ, “ଦେଖ, ଆମ୍ଭେ ତୁମ୍ଭ ହସ୍ତରେ ଯିରୀହୋ ନଗର ଓ ତହିଁର ରାଜା ଓ ମହାବିକ୍ରମଶାଳୀ ଲୋକମାନଙ୍କୁ ସମର୍ପଣ କଲୁ।

3ତୁମ୍ଭେମାନେ ନଗର ବେଷ୍ଟନ କରିବ, ସମସ୍ତ ଯୋଦ୍ଧା ଥରେ ନଗର ଚାରିଆଡ଼େ ପ୍ରଦକ୍ଷିଣ କରିବେ। ଏହି ପ୍ରକାରେ ତୁମ୍ଭେ ଛଅ ଦିନ କରିବ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.