8ତେଣୁ ଯିହୋଶୂୟ ଲୋକମାନଙ୍କୁ କହିଲା ଉତ୍ତାରେ ସାତ ଜଣ ଯାଜକ ସଦାପ୍ରଭୁଙ୍କ ସମ୍ମୁଖରେ ମହାଶବ୍ଦକାରୀ ତୂରୀ ବହି ବଜାଇ ବଜାଇ ଚାଲିଲେ ଓ ସଦାପ୍ରଭୁଙ୍କ ନିୟମ-ସିନ୍ଦୁକ ସେମାନଙ୍କ ପଛେ ପଛେ ଚଳିଲା।
9ଆଉ ସସଜ୍ଜ ଲୋକମାନେ ତୂରୀବାଦକ ଯାଜକମାନଙ୍କ ଆଗେ ଆଗେ ଚାଲିଲେ, ପୁଣି ଯାଜକମାନେ ତୂରୀ ବଜାଇ ଯାଉ ଯାଉ ପଶ୍ଚାଦ୍ଗାମୀ ଲୋକମାନେ ସିନ୍ଦୁକର ପଛେ ପଛେ ଗମନ କଲେ।
10ମାତ୍ର ଯିହୋଶୂୟ ଲୋକମାନଙ୍କୁ ଆଜ୍ଞା ଦେଇ କହିଥିଲେ, “ତୁମ୍ଭେମାନେ ଜୟଧ୍ୱନି କରିବ ନାହିଁ, କି ଆପଣା ରବ ଶୁଣାଇବ ନାହିଁ, କିଅବା ତୁମ୍ଭମାନଙ୍କ ମୁଖରୁ କୌଣସି ବାକ୍ୟ ନିର୍ଗତ ହେବ ନାହିଁ, ମୁଁ ଜୟଧ୍ୱନି କରିବାକୁ ଆଜ୍ଞା ଦେଲେ, ତୁମ୍ଭେମାନେ ଜୟଧ୍ୱନି କରିବ।”
11ଏହିରୂପେ ସେ ସଦାପ୍ରଭୁଙ୍କ ସିନ୍ଦୁକକୁ ନଗରର ଚାରିଆଡ଼େ ଥରେ ଲେଖାଏଁ ପ୍ରଦକ୍ଷିଣ କରାଇଲେ; ତହୁଁ ଲୋକମାନେ ଛାଉଣିକୁ ଆସିଲେ, ଆଉ ଛାଉଣିରେ ବାସ କଲେ।
12ଏଥିଉତ୍ତାରେ ଯିହୋଶୂୟ ଅତି ପ୍ରଭାତରେ ଉଠିଲେ, ପୁଣି ଯାଜକମାନେ ସଦାପ୍ରଭୁଙ୍କ ସିନ୍ଦୁକ ଘେନିଲେ।