11ଏହିରୂପେ ସେ ସଦାପ୍ରଭୁଙ୍କ ସିନ୍ଦୁକକୁ ନଗରର ଚାରିଆଡ଼େ ଥରେ ଲେଖାଏଁ ପ୍ରଦକ୍ଷିଣ କରାଇଲେ; ତହୁଁ ଲୋକମାନେ ଛାଉଣିକୁ ଆସିଲେ, ଆଉ ଛାଉଣିରେ ବାସ କଲେ।
12ଏଥିଉତ୍ତାରେ ଯିହୋଶୂୟ ଅତି ପ୍ରଭାତରେ ଉଠିଲେ, ପୁଣି ଯାଜକମାନେ ସଦାପ୍ରଭୁଙ୍କ ସିନ୍ଦୁକ ଘେନିଲେ।
13ଆଉ ସାତ ଯାଜକ ମହାଶବ୍ଦକାରୀ ସାତ ତୂରୀ ଧରି ସଦାପ୍ରଭୁଙ୍କ ସିନ୍ଦୁକ ଆଗେ ଆଗେ କ୍ରମାଗତ ଗମନ କରି ତୂରୀ ବଜାଇଲେ; ସସଜ୍ଜ ଲୋକମାନେ ସେମାନଙ୍କ ଅଗ୍ରସର ହୋଇ ଚାଲିଲେ; ପୁଣି ପଶ୍ଚାଦ୍ବର୍ତ୍ତୀ ଲୋକମାନେ ସଦାପ୍ରଭୁଙ୍କ ସିନ୍ଦୁକ ପଛେ ପଛେ ଚାଲିଲେ, ଯାଜକମାନେ ତୂରୀ ବଜାଇ ବଜାଇ ଗମନ କଲେ।
14ଆଉ ଦ୍ୱିତୀୟ ଦିନ ସେମାନେ ଥରେ ନଗର ପ୍ରଦକ୍ଷିଣ କରି ଛାଉଣିକୁ ଫେରି ଆସିଲେ; ଏହିରୂପେ ସେମାନେ ଛଅ ଦିନ କଲେ।
15ତହୁଁ ସପ୍ତମ ଦିନ ପ୍ରଭାତରେ ଅରୁଣୋଦୟ ସମୟରେ ସେମାନେ ଉଠି ସେହିରୂପେ ସାତ ଥର ନଗର ପ୍ରଦକ୍ଷିଣ କଲେ; କେବଳ ସେହି ଦିନ ସେମାନେ ସାତ ଥର ନଗର ପ୍ରଦକ୍ଷିଣ କଲେ।