ଯିହୋଶୂୟ 6

ଆଉ ଦ୍ୱିତୀୟ ଦିନ ସେମାନେ ଥରେ ନଗର ପ୍ରଦକ୍ଷିଣ କରି ଛାଉଣିକୁ ଫେରି ଆସିଲେ; ଏହିରୂପେ ସେମାନେ ଛଅ ଦିନ କଲେ।

Joshua 6:14 (UKJV) And the second day they compassed the city once, and returned into the camp: so they did six days.

12ଏଥିଉତ୍ତାରେ ଯିହୋଶୂୟ ଅତି ପ୍ରଭାତରେ ଉଠିଲେ, ପୁଣି ଯାଜକମାନେ ସଦାପ୍ରଭୁଙ୍କ ସିନ୍ଦୁକ ଘେନିଲେ।

13ଆଉ ସାତ ଯାଜକ ମହାଶବ୍ଦକାରୀ ସାତ ତୂରୀ ଧରି ସଦାପ୍ରଭୁଙ୍କ ସିନ୍ଦୁକ ଆଗେ ଆଗେ କ୍ରମାଗତ ଗମନ କରି ତୂରୀ ବଜାଇଲେ; ସସଜ୍ଜ ଲୋକମାନେ ସେମାନଙ୍କ ଅଗ୍ରସର ହୋଇ ଚାଲିଲେ; ପୁଣି ପଶ୍ଚାଦ୍‍ବର୍ତ୍ତୀ ଲୋକମାନେ ସଦାପ୍ରଭୁଙ୍କ ସିନ୍ଦୁକ ପଛେ ପଛେ ଚାଲିଲେ, ଯାଜକମାନେ ତୂରୀ ବଜାଇ ବଜାଇ ଗମନ କଲେ।

14ଆଉ ଦ୍ୱିତୀୟ ଦିନ ସେମାନେ ଥରେ ନଗର ପ୍ରଦକ୍ଷିଣ କରି ଛାଉଣିକୁ ଫେରି ଆସିଲେ; ଏହିରୂପେ ସେମାନେ ଛଅ ଦିନ କଲେ।

15ତହୁଁ ସପ୍ତମ ଦିନ ପ୍ରଭାତରେ ଅରୁଣୋଦୟ ସମୟରେ ସେମାନେ ଉଠି ସେହିରୂପେ ସାତ ଥର ନଗର ପ୍ରଦକ୍ଷିଣ କଲେ; କେବଳ ସେହି ଦିନ ସେମାନେ ସାତ ଥର ନଗର ପ୍ରଦକ୍ଷିଣ କଲେ।

16ପୁଣି ଯାଜକମାନେ ସପ୍ତମ ଥର ତୂରୀ ବଜାଇବା ବେଳେ ଯିହୋଶୂୟ ଲୋକମାନଙ୍କୁ କହିଲେ, “ଜୟଧ୍ୱନି କର; କାରଣ ସଦାପ୍ରଭୁ ତୁମ୍ଭମାନଙ୍କୁ ଏ ନଗର ଦେଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.