ଯିହୋଶୂୟ 6

ମାତ୍ର ସମୁଦାୟ ରୂପା ଓ ସୁନା, ପୁଣି ସମସ୍ତ ପିତ୍ତଳ ଓ ଲୁହାର ପାତ୍ର ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର; ତାହାସବୁ ସଦାପ୍ରଭୁଙ୍କ ଭଣ୍ଡାରକୁ ଆସିବ।”

Joshua 6:19 (UKJV) But all the silver, and gold, and vessels of brass and iron, are consecrated unto the LORD: they shall come into the treasury of the LORD.

17ମାତ୍ର ନଗର ଓ ତନ୍ମଧ୍ୟସ୍ଥ ସମସ୍ତ ବସ୍ତୁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ବର୍ଜିତ ହେବ; କେବଳ ରାହାବ ବେଶ୍ୟା, ସେ ଓ ଗୃହରେ ତାହା ସଙ୍ଗେ ଥିବା ସମସ୍ତ ଲୋକ ଜୀବିତ ରହିବେ, କାରଣ ସେ ଆମ୍ଭମାନଙ୍କ ପ୍ରେରିତ ଗୁପ୍ତଚରଙ୍କୁ ଲୁଚାଇ ରଖିଥିଲା।

18ଆଉ ତୁମ୍ଭେମାନେ ସେହି ବର୍ଜିତ ଦ୍ରବ୍ୟରୁ ଆପଣାମାନଙ୍କୁ କୌଣସିମତେ ରକ୍ଷା କରିବ, ନୋହିଲେ କେଜାଣି ତୁମ୍ଭେମାନେ ତାହା ବର୍ଜିତ କଲା ଉତ୍ତାରେ ସେହି ବର୍ଜିତ ବସ୍ତୁରୁ କିଛି ଗ୍ରହଣ କରିବ; ତାହା କଲେ, ତୁମ୍ଭେମାନେ ଇସ୍ରାଏଲ ଛାଉଣିକୁ ବର୍ଜିତ କରିବ ଓ ତାକୁ ଦୁଃଖ ଦେବ।

19ମାତ୍ର ସମୁଦାୟ ରୂପା ଓ ସୁନା, ପୁଣି ସମସ୍ତ ପିତ୍ତଳ ଓ ଲୁହାର ପାତ୍ର ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର; ତାହାସବୁ ସଦାପ୍ରଭୁଙ୍କ ଭଣ୍ଡାରକୁ ଆସିବ।”

20ଏରୂପେ ଲୋକମାନେ ଜୟଧ୍ୱନି କଲେ ଓ ଯାଜକମାନେ ତୂରୀ ବଜାଇଲେ; ପୁଣି ଲୋକମାନେ ତୂରୀଧ୍ୱନି ଶୁଣି ମହା ଜୟଧ୍ୱନିରେ ଜୟଧ୍ୱନି କରନ୍ତେ, ପ୍ରାଚୀର ପଡ଼ି ସମଭୂମି ହେଲା; ତେଣୁ ଲୋକମାନେ ପ୍ରତ୍ୟେକେ ଆପଣା ଆପଣା ସମ୍ମୁଖସ୍ଥ ପଥ ଦେଇ ନଗରକୁ ଉଠିଗଲେ ଓ ନଗର ହସ୍ତଗତ କଲେ।

21ପୁଣି ସେମାନେ ପୁରୁଷ ଓ ସ୍ତ୍ରୀ, ଯୁବା ଓ ବୃଦ୍ଧ, ପୁଣି ଗୋରୁ ଓ ମେଷ ଓ ଗର୍ଦ୍ଦଭ ଆଦି ଯାହା ଯାହା ନଗରରେ ଥିଲା, ସେସବୁକୁ ଖଡ୍ଗମୁଖରେ ବର୍ଜିତ ରୂପେ ବିନାଶ କଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.