ଯିହୋଶୂୟ 6

ମାତ୍ର ଯେଉଁ ଦୁଇ ବ୍ୟକ୍ତି ଦେଶ ଅନୁସନ୍ଧାନ କରିଥିଲେ, ଯିହୋଶୂୟ ସେମାନଙ୍କୁ କହିଲେ, “ତୁମ୍ଭେମାନେ ସେହି ବେଶ୍ୟାର ଘରକୁ ଯାଅ, ପୁଣି ତାହା ନିକଟରେ ଯେଉଁ ଶପଥ କରିଅଛ, ତଦନୁସାରେ ସେହି ସ୍ତ୍ରୀକୁ ଓ ତାହାର ଯାହା ଯାହା ଅଛି, ସେସବୁକୁ ସେଠାରୁ ବାହାର କରି ଆଣ।”

Joshua 6:22 (UKJV) But Joshua had said unto the two men that had spied out the country, Go into the harlot's house, and bring out thence the woman, and all that she has, as all of you swore unto her.

20ଏରୂପେ ଲୋକମାନେ ଜୟଧ୍ୱନି କଲେ ଓ ଯାଜକମାନେ ତୂରୀ ବଜାଇଲେ; ପୁଣି ଲୋକମାନେ ତୂରୀଧ୍ୱନି ଶୁଣି ମହା ଜୟଧ୍ୱନିରେ ଜୟଧ୍ୱନି କରନ୍ତେ, ପ୍ରାଚୀର ପଡ଼ି ସମଭୂମି ହେଲା; ତେଣୁ ଲୋକମାନେ ପ୍ରତ୍ୟେକେ ଆପଣା ଆପଣା ସମ୍ମୁଖସ୍ଥ ପଥ ଦେଇ ନଗରକୁ ଉଠିଗଲେ ଓ ନଗର ହସ୍ତଗତ କଲେ।

21ପୁଣି ସେମାନେ ପୁରୁଷ ଓ ସ୍ତ୍ରୀ, ଯୁବା ଓ ବୃଦ୍ଧ, ପୁଣି ଗୋରୁ ଓ ମେଷ ଓ ଗର୍ଦ୍ଦଭ ଆଦି ଯାହା ଯାହା ନଗରରେ ଥିଲା, ସେସବୁକୁ ଖଡ୍ଗମୁଖରେ ବର୍ଜିତ ରୂପେ ବିନାଶ କଲେ।

22ମାତ୍ର ଯେଉଁ ଦୁଇ ବ୍ୟକ୍ତି ଦେଶ ଅନୁସନ୍ଧାନ କରିଥିଲେ, ଯିହୋଶୂୟ ସେମାନଙ୍କୁ କହିଲେ, “ତୁମ୍ଭେମାନେ ସେହି ବେଶ୍ୟାର ଘରକୁ ଯାଅ, ପୁଣି ତାହା ନିକଟରେ ଯେଉଁ ଶପଥ କରିଅଛ, ତଦନୁସାରେ ସେହି ସ୍ତ୍ରୀକୁ ଓ ତାହାର ଯାହା ଯାହା ଅଛି, ସେସବୁକୁ ସେଠାରୁ ବାହାର କରି ଆଣ।”

23ଏଥିରେ ସେହି ଯୁବା ଗୁପ୍ତଚରମାନେ ଗଲେ, ପୁଣି ରାହାବକୁ ଓ ତାହାର ପିତା ଓ ତାହାର ମାତା ଓ ତାହାର ଭାଇମାନଙ୍କୁ, ପୁଣି ଯାହା ଯାହା ତାହାର ଥିଲା, ସେସବୁ ବାହାର କରି ଆଣିଲେ, ମଧ୍ୟ ସେମାନେ ତାହାର ଜ୍ଞାତି ସମସ୍ତଙ୍କୁ ବାହାର କରି ଆଣିଲେ; ଆଉ ସେମାନଙ୍କୁ ଇସ୍ରାଏଲ-ଛାଉଣି ବାହାରେ ରଖିଲେ।

24ଆହୁରି ଲୋକମାନେ ନଗର ଓ ତନ୍ମଧ୍ୟସ୍ଥିତସକଳ ବସ୍ତୁ ଅଗ୍ନିରେ ଦଗ୍ଧ କଲେ; କେବଳ ରୂପା ଓ ସୁନା, ପୁଣି ପିତ୍ତଳ ଓ ଲୁହାର ପାତ୍ର ସଦାପ୍ରଭୁଙ୍କ ଗୃହର ଭଣ୍ଡାରରେ ରଖିଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.