ଯିହୋଶୂୟ 6

ଏହିରୂପେ ସଦାପ୍ରଭୁ ଯିହୋଶୂୟଙ୍କର ସହବର୍ତ୍ତୀ ହେଲେ ଓ ତାଙ୍କର କୀର୍ତ୍ତି ଦେଶଯାକ ବ୍ୟାପିଲା।

Joshua 6:27 (UKJV) So the LORD was with Joshua; and his fame was noised throughout all the country.

25ମାତ୍ର ଯିହୋଶୂୟ ରାହାବ ବେଶ୍ୟାକୁ ଓ ତାହାର ପିତୃପରିବାରକୁ ଓ ତାହାର ସର୍ବସ୍ୱ ଜୀବିତ ରଖିଲେ; ପୁଣି ସେ ଆଜି ପର୍ଯ୍ୟନ୍ତ ଇସ୍ରାଏଲ ମଧ୍ୟରେ ବସତି କରୁଅଛି; କାରଣ ଯିରୀହୋ ଅନ୍ୱେଷଣ କରିବା ପାଇଁ ଯିହୋଶୂୟ ଯେଉଁ ଗୁପ୍ତଚରଙ୍କୁ ପଠାଇଥିଲେ, ସେମାନଙ୍କୁ ସେ ଲୁଚାଇ ରଖିଥିଲା।

26ସେସମୟରେ ଯିହୋଶୂୟ ସେମାନଙ୍କୁ ଶପଥ କରାଇ କହିଲେ, ଯେକେହି ଉଠି ପୁନର୍ବାର ଏହି ଯିରୀହୋ ନଗର ନିର୍ମାଣ କରେ, ସେ ସଦାପ୍ରଭୁଙ୍କ ସାକ୍ଷାତରେ ଶାପଗ୍ରସ୍ତ ହେଉ; “ସେ ଆପଣା ଜ୍ୟେଷ୍ଠ ପୁତ୍ରର ମୃତ୍ୟୁୁ ସହିତ ତହିଁର ଭିତ୍ତିମୂଳ ସ୍ଥାପନ କରିବ ଓ ଆପଣା କନିଷ୍ଠ ପୁତ୍ରର ମୃତ୍ୟୁୁ ସହିତ ତହିଁର ଦ୍ୱାରମାନ ସ୍ଥାପନ କରିବ।”

27ଏହିରୂପେ ସଦାପ୍ରଭୁ ଯିହୋଶୂୟଙ୍କର ସହବର୍ତ୍ତୀ ହେଲେ ଓ ତାଙ୍କର କୀର୍ତ୍ତି ଦେଶଯାକ ବ୍ୟାପିଲା।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.