3ତୁମ୍ଭେମାନେ ନଗର ବେଷ୍ଟନ କରିବ, ସମସ୍ତ ଯୋଦ୍ଧା ଥରେ ନଗର ଚାରିଆଡ଼େ ପ୍ରଦକ୍ଷିଣ କରିବେ। ଏହି ପ୍ରକାରେ ତୁମ୍ଭେ ଛଅ ଦିନ କରିବ।
4ପୁଣି ସାତ ଜଣ ଯାଜକ ସିନ୍ଦୁକର ଅଗ୍ରସର ହୋଇ ମହାଶବ୍ଦକାରୀ ସାତ ତୂରୀ ବହିବେ; ଆଉ ସପ୍ତମ ଦିନ ତୁମ୍ଭେମାନେ ସାତ ଥର ନଗର ପ୍ରଦକ୍ଷିଣ କରିବ ଓ ଯାଜକମାନେ ତୂରୀ ବଜାଇବେ;
5ଏଥିରେ ଯେତେବେଳେ ସେମାନେ ମହାଶବ୍ଦକାରୀ ଶିଙ୍ଗାରେ ଦୀର୍ଘଧ୍ୱନି କରିବେ ଓ ଯେତେବେଳେ ତୁମ୍ଭେମାନେ ସେହି ତୂରୀ ଶବ୍ଦ ଶୁଣିବ, ସେତେବେଳେ ସମସ୍ତ ଲୋକ ମହା ଜୟଧ୍ୱନିରେ ଜୟଧ୍ୱନି କରିବେ; ତହିଁରେ ନଗରର ପ୍ରାଚୀର ପଡ଼ି ସମଭୂମି ହେବ ଓ ଲୋକମାନେ ପ୍ରତ୍ୟେକେ ଆପଣା ଆପଣା ସମ୍ମୁଖସ୍ଥ ପଥ ଦେଇ ଉଠିଯିବେ।”
6ତହୁଁ ନୂନର ପୁତ୍ର ଯିହୋଶୂୟ ଯାଜକମାନଙ୍କୁ ଡାକି କହିଲେ, “ତୁମ୍ଭେମାନେ ନିୟମ-ସିନ୍ଦୁକ ଘେନ ଓ ସାତ ଜଣ ଯାଜକ ସଦାପ୍ରଭୁଙ୍କ ସିନ୍ଦୁକର ଅଗ୍ରସର ହୋଇ ମହାଶବ୍ଦକାରୀ ସାତ ତୂରୀ ବହନ୍ତୁ।”
7ଏଥିରେ ସେମାନେ ଲୋକମାନଙ୍କୁ କହିଲେ, “ତୁମ୍ଭେମାନେ ଅଗ୍ରସର ହୋଇ ନଗର ବେଷ୍ଟନ କର ଓ ସସଜ୍ଜ ଲୋକେ ସଦାପ୍ରଭୁଙ୍କ ସିନ୍ଦୁକ ସମ୍ମୁଖବର୍ତ୍ତୀ ହୋଇ ଗମନ କରନ୍ତୁ।”