ଯିହୋଶୂୟ 7

ତହୁଁ ସଦାପ୍ରଭୁ ଯିହୋଶୂୟଙ୍କୁ କହିଲେ, “ଉଠ, ଏ କଅଣ, ତୁମ୍ଭେ କାହିଁକି ଅଧୋମୁଖ ହୋଇ ପଡ଼ିଅଛ?

Joshua 7:10 (UKJV) And the LORD said unto Joshua, Get you up; wherefore lie you thus upon your face?

8ହେ ପ୍ରଭୋ, ମୁଁ କଅଣ କହିବି, ଇସ୍ରାଏଲ ତ ଶତ୍ରୁ ସମ୍ମୁଖରୁ ପିଠି କରି ଆସିଲାଣି।

9କାରଣ କିଣାନୀୟମାନେ ଓ ଏ ଦେଶ ନିବାସୀ ସମସ୍ତେ ଏହା ଶୁଣିବେ, ପୁଣି ଆମ୍ଭମାନଙ୍କୁ ଚାରିଆଡ଼େ ଘେରି ପୃଥିବୀରୁ ଆମ୍ଭମାନଙ୍କ ନାମ ଉଚ୍ଛିନ୍ନ କରିବେ, ତହିଁରେ ତୁମ୍ଭେ ଆପଣା ମହାନାମ ନିମନ୍ତେ କʼଣ କରିବ?”

10ତହୁଁ ସଦାପ୍ରଭୁ ଯିହୋଶୂୟଙ୍କୁ କହିଲେ, “ଉଠ, ଏ କଅଣ, ତୁମ୍ଭେ କାହିଁକି ଅଧୋମୁଖ ହୋଇ ପଡ଼ିଅଛ?

11ଇସ୍ରାଏଲ ପାପ କରିଅଛନ୍ତି; ମଧ୍ୟ ଆମ୍ଭେ ସେମାନଙ୍କୁ ଯେଉଁ ନିୟମ ଆଜ୍ଞା କରିଥିଲୁ, ତାହା ସେମାନେ ଲଙ୍ଘନ କରିଅଛନ୍ତି; ମଧ୍ୟ ସେମାନେ ବର୍ଜିତ ବସ୍ତୁରୁ କିଛି ନେଇଅଛନ୍ତି, ମଧ୍ୟ ଚୋରି କରିଅଛନ୍ତି, ମଧ୍ୟ ପ୍ରବଞ୍ଚନା କରିଅଛନ୍ତି, ଆଉ ମଧ୍ୟ ଆପଣାମାନଙ୍କ ସାମଗ୍ରୀ ମଧ୍ୟରେ ତାହା ରଖିଅଛନ୍ତି।

12ଏଥିଲାଗି ଇସ୍ରାଏଲ-ସନ୍ତାନଗଣ ବର୍ଜିତ ହେବାରୁ ଆପଣା ଶତ୍ରୁମାନଙ୍କ ସମ୍ମୁଖରେ ଠିଆ ହୋଇପାରୁ ନାହାନ୍ତି, ସେମାନେ ଆପଣା ଶତ୍ରୁମାନଙ୍କ ସମ୍ମୁଖରୁ ପିଠି କରି ଫେରୁ ଅଛନ୍ତି, ତୁମ୍ଭେମାନେ ଆପଣାମାନଙ୍କ ମଧ୍ୟରୁ ସେହି ବର୍ଜିତ ବସ୍ତୁ ଉତ୍ପାଟନ ନ କଲେ, ଆମ୍ଭେ ଆଉ ତୁମ୍ଭମାନଙ୍କ ସଙ୍ଗରେ ରହିବା ନାହିଁ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.