16ଏଥିଉତ୍ତାରେ ଯିହୋଶୂୟ ଅତି ପ୍ରଭାତରେ ଉଠି ଇସ୍ରାଏଲକୁ ଆପଣା ଆପଣା ବଂଶାନୁସାରେ ନିକଟକୁ ଅଣାଇଲେ; ତହିଁରେ ଯିହୁଦା ବଂଶ ନିର୍ଣ୍ଣୀତ ହେଲା।
17ତହୁଁ ସେ ଯିହୁଦା ଗୋଷ୍ଠୀକୁ ନିକଟକୁ ଅଣାନ୍ତେ, ସେରହର ଗୋଷ୍ଠୀ ନିର୍ଣ୍ଣୀତ ହେଲା; ତହୁଁ ସେ ସେରହ ଗୋଷ୍ଠୀର ଏକ ଏକ ପୁରୁଷ ନିକଟକୁ ଅଣାନ୍ତେ, ସବ୍ଦି ନିର୍ଣ୍ଣୀତ ହେଲା।
18ତହୁଁ ସେ ତାହାର ପରିବାରର ଏକ ଏକ ପୁରୁଷ ନିକଟକୁ ଅଣାନ୍ତେ, ଯିହୁଦା ବଂଶୀୟ ସେରହର ପ୍ରପୌତ୍ର, ସବ୍ଦିର ପୌତ୍ର, କର୍ମିର ପୁତ୍ର ଆଖନ୍ ନିର୍ଣ୍ଣୀତ ହେଲା।
19ତେବେ ଯିହୋଶୂୟ ଆଖନ୍କୁ କହିଲେ, “ହେ ମୋହର ପୁତ୍ର, ବିନୟ କରୁଅଛି, ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱରଙ୍କୁ ଗୌରବ ଦିଅ ଓ ତାହାଙ୍କ ନିକଟରେ ସ୍ୱୀକାର କର; ଆଚ୍ଛା, ତୁମ୍ଭେ କଅଣ କରିଅଛ, ମୋତେ କୁହ; ମୋʼ ଠାରୁ ତାହା ଲୁଚାଅ ନାହିଁ।”
20ତହିଁରେ ଆଖନ୍ ଉତ୍ତର କରି ଯିହୋଶୂୟଙ୍କୁ କହିଲା, “ସତ୍ୟ, ମୁଁ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱରଙ୍କ ବିରୁଦ୍ଧରେ ପାପ କରିଅଛି, ମୁଁ ଅମୁକ ଅମୁକ କାର୍ଯ୍ୟ କରିଅଛି।